ଅଶ୍ଳୀଳ ମେସେଜ ପଠାଇ ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୭- ଟୁର ଆଣ୍ଡ ଟ୍ରାଭେଲସ ମାଲିକଙ୍କୁ ଅଶ୍ଳୀଳ ମେସେଜ ପଠାଇବା ସହ ଧମକ ଚମକ ଦେବା ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହଳଦିଆପଦରର ନିକୁ ପାଣିଗ୍ରାହୀ (୨୭) ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ମାମଲା ନଂ. ୭୪/୧୯ରେ ତାଙ୍କୁ ଗିରଫ କରାଯାଇଥିବା ସେ କହିଛନ୍ତି। ନିକୁ ଏହିସବୁ କାରନାମା ବେଳେ ବ୍ୟବହୃତ କରିଥିବା ମୋବାଇଲ ଫୋନ ଓ ଅନ୍ୟାନ୍ୟ ସରଞ୍ଜାମଗୁଡିକୁ ପୋଲିସ ଜବତ କରିଛି। ପ୍ରକାଶ ଯେ, ଗୋଷାଣୀନୂଆଗଁାରେ କୈଳାସ ପାଣିଗ୍ରାହୀ ଏକ ଟୁର ଆଣ୍ଡ ଟ୍ରାଭେଲସ କରିଛନ୍ତି। ପୂର୍ବରୁ ତାଙ୍କ ପାଖରେ ନିକୁ କାର ଡ୍ରାଇଭର ଭାବେ କାମ କରୁଥିଲେ ା କିଛି ମାସ ତଳେ ନିକୁଙ୍କ ବ୍ୟବହାରରେ ଅତିଷ୍ଠ ହୋଇ କୈଳାସ ତାଙ୍କୁ ବାହାର କରି ଦେଇଥିଲେ। ନିକୁ ମାଲିକଙ୍କ ଉପରେ ରାଗ ରଖି ଗତ କିଛିଦିନ ଧରି ଲଗାତର ଭାବେ ଫେସବୁକରେ ପୋଷ୍ଟ ହୋଇଥିବା ମାଲିକ ପରିବାରଙ୍କ ଫଟୋକୁ ଅଶ୍ଳୀଳ ମେସେଜ ପଠାଉଥିଲେ। ଏପରିକି ଟ୍ରାଭେଲସ ନିକଟକୁ ଆସି ମାଲିକଙ୍କୁ ଗାଳି ଗୁଳଜ କରିବା ସହ ଧମକଚମକ ଦେଇଥିଲେ। ପରେ କୈଳାସ ଏନେଇ ଥାନାରେ ଅଭିଯୋଗ କରିଥିଲେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri