ଅଶ୍ୱତ୍ଥମା ଚରିତ୍ରରେ ଅଭିନୟ କରିବେ ଭିକି

ମୁମ୍ବାଇ: ଅଭିନେତା ଭିକି କୌଶଲ ପୁନଶ୍ଚ ‘ଉରି: ଦି ସର୍ଜିକାଲ ଷ୍ଟ୍ରାଇକ୍‌’ର ନିର୍ଦ୍ଦେଶକ ଆଦତ୍ୟ ଧରଙ୍କ ପରବର୍ତ୍ତୀ ଫିଲ୍ମରେ ଅଶ୍ୱତ୍ଥମା ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ପ୍ରୋଜେକ୍ଟରେ ଭିକିଙ୍କ ସହିତ କାମ କରିବାକୁ ଯାଉଥିବା ଆଦିତ୍ୟ ସୁନିଶ୍ଚିତ କରାଇଛନ୍ତି। ଉକ୍ତ ଫିଲ୍ମ ଏକ ପିରିୟଡ ଡ୍ରାମା ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ନିର୍ଦ୍ଦେଶକଙ୍କ ମୁଖପାତ୍ରଙ୍କ ସୂଚନା ଅନୁଯାୟୀ ଏହା ଏକ ପିରିୟଡ ଫିଲ୍ମ ନୁହେଁ। ଏହା ଆଧୁନିକ ସମୟର ଏକ ସୁପରହିରୋ ଆକ୍ସନ ଫିଲ୍ମ। ମହାଭାରତର କଥାବସ୍ତୁ ଅନୁସାରେ ଅଶ୍ୱତ୍ଥମା ହେଉଛନ୍ତି ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ପୁତ୍ର। ସେ କୁରୁକ୍ଷେତ୍ର ଯୁଦ୍ଧରେ କୌରବଙ୍କ ସାଥିରେ ରହି ପାଣ୍ଡବଙ୍କ ବିରୋଧରେ ଯୁଦ୍ଧ କରିଥିଲେ।

ବର୍ତ୍ତମାନ ନିର୍ଦ୍ଦେଶକ ଉକ୍ତ ଫିଲ୍ମ ସମ୍ପର୍କରେ ପରୀକ୍ଷା ନିରୀକ୍ଷା ଚଳାଇଛନ୍ତି। ଏହାର ଶୁଟିଂ କାର୍ଯ୍ୟ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ତେବେ ଏହାର ରିଲିଜ ୨୦୨୦ ମଧ୍ୟଭାଗରେ ହେବା ଲକ୍ଷ୍ୟ ରଖାଯାଇଛି।

ଭିକି ମଧ୍ୟ ସୁୁଜିତ୍‌ ସର୍‌କାରଙ୍କ ଉଦ୍ଧାମ ସିଂ ବାୟୋପିକ୍‌ରେ ‘ତଖତ୍‌’ ଭୂମିକାରେ ଏବଂ କରନ୍‌ ଜୋହରଙ୍କ ନିର୍ଦ୍ଦେଶିତ ଏକ ହରର୍‌ ଫିଲ୍ମରେ ଦୃଶ୍ୟମାନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri