Posted inଖେଳ

ଦେଶ ପାଇଁ ସର୍ବାଧିକ ଉଇକେଟ ନେବାରେ ଚହଲ ଯୁଗ୍ମ ଶୀର୍ଷରେ

ହାଇଦ୍ରାବାଦ,୬ା୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ର ୧୮ତମ ଓଭରରେ ଚହଲ ପ୍ରତିପକ୍ଷ ଦଳର ବ୍ୟାଟ୍ସମ୍ୟାନ ଶିମରନ ହେଟମାୟର ଓ ଅଧିନାୟକ କିରନ ପୋଲାର୍ଡଙ୍କ ଉଇକେଟ ନେଇଥିଲେ। ଏଥିସହ ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ପେସର ଯଶପ୍ରୀତ ବୁମରାଙ୍କୁ ପଛରେ ପକାଇ ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ସମକକ୍ଷ ହୋଇଛନ୍ତି। ଉଭୟ ସ୍ପିନର ଏପର୍ଯ୍ୟନ୍ତ ଟି୨୦ ଫର୍ମାଟରେ ୫୨ ଉଇକେଟ ନେଇସାରିଛନ୍ତି, ଯାହାକି ଭାରତୀୟ ବୋଲରଙ୍କ ମଧ୍ୟରେ ସର୍ବାଧିକ। ୪୬ ମ୍ୟାଚ୍‌ ଖେଳିଥିବା ଅଶ୍ୱିନଙ୍କ ନାମରେ ୫୨ ଉଇକେଟ ରହିଛି। ସମାନ ସଂଖ୍ୟକ ଉଇକେଟ ଚହଲ ମାତ୍ର ୩୫ମ୍ୟାଚ୍‌ରେ ହାସଲ କରିଛନ୍ତି। ଟି୨୦ ଫର୍ମାଟରେ ୫୦ ଉଇକେଟ ନେବାରେ ସେ ଦେଶର ଦ୍ରୁତତମ ବୋଲର। ଦେଶର ୩ୟ ବୋଲର ଭାବେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ। ଅଶ୍ୱିନଙ୍କ ବ୍ୟତୀତ ବୁମରା (୫୧) ଏହି ତାଲିକାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri