ଅଷ୍ଟଶମ୍ଭୁ ପୀଠରେ ହରିହର ଭେଟ

ବିରିଡି, ୨୨।୨ (ଡି.ଏନ୍‌.ଏ.): ପବିତ୍ର ଶିବଚତୁଦ୍ଦଶୀ ତିଥି ଅବସରରେ ଶୁକ୍ରବାର ହାଜିପୁରସ୍ଥିତ ପବିତ୍ର ଧ୍ୟାନକୁଦ ଶ୍ରୀଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀ ମଦନମୋହନ ସେବାୟତମାନଙ୍କ ସହ ଏକ ବିରାଟ ପଟୁଆରରେ ବାଜା, ବାଣ, ରୋଶଣିରେ ଚାନ୍ଦପୁରସ୍ଥିତ ଅଷ୍ଟଶମ୍ଭୁ ଶିବ ମନ୍ଦିରକୁ ଆସିଥିଲେ। ଶ୍ରୀଜଗନ୍ନାଥ ମନ୍ଦିରରେ ସନ୍ଧ୍ୟା ଅଳତି ପରେ ମଦନମୋହନଙ୍କୁ ବିମାନରେ ବିଜେ କରାଯାଇ ଅଷ୍ଟଶମ୍ଭୁ ଶିବ ମନ୍ଦିରକୁ ନିଆଯାଇଥିଲା। ଅଷ୍ଟଶମ୍ଭୁ ମନ୍ଦିରର ସେବାୟତମାନେ ମଦନମୋହନଙ୍କୁ ପାଛୋଟି ନେଇଥିଲେ। ଯଥା ସ୍ଥାନରେ ମଦନମୋହନଙ୍କୁ ଉପବିଷ୍ଟ କରାଇ ପୂଜାର୍ଚ୍ଚନା କରାଯିବା ପରେ ମହାଦେବଙ୍କ ଅଭିଷେକ କାର୍ଯ୍ୟ ଆରମ୍ଭ ହୋଇଥିଲା। ଶେଷ ପର୍ଯ୍ୟାୟରେ ଶ୍ରୀ ମଦନମୋହନଙ୍କ ସମ୍ମୁଖରେ ହୋମ କାର୍ଯ୍ୟ କରାଯାଇ ପରିଶେଷରେ ମହାଦୀପ ଉଠାଯାଇଥିଲା। ମହାଦୀପ ଉଠିବା ପରେ ଶ୍ରୀମଦନମୋହନ ଧ୍ୟାନକୁଦ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri