Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ସେରେନା, ଓସାକାଙ୍କ ବିପର୍ଯ୍ୟୟ

ମେଲବୋର୍ନ,୨୫।୧ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଶୁକ୍ରବାର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଏକାଧିକ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଅଭିଜ୍ଞ ଆମେରିକୀୟ ଖେଳାଳି ସେରେନା ଓ୍ବିଲିୟମ୍ସ, ଡେନ୍‌ମାର୍କର କାରୋଲିନ୍‌ ଓଜନିଆକି ଓ ଗତଥରର ଚାମ୍ପିୟନ ତଥା ଜାପାନର ତୃତୀୟ ସିଡ ଖେଳାଳି ନାଓମି ଓସାକା ତୃତୀୟ ରାଉଣ୍ଡରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ଟୁର୍ନମେଣ୍ଟର ପଞ୍ଚମ ଦିବସରେ ଅଷ୍ଟମ ସିଡ ସେରେନା ୪-୬, ୭-୬, ୫-୭ ସେଟ୍‌ରେ ୨୭ତମ ସିଡ୍‌ ଖେଳାଳି ଚାଇନାର କିଆଙ୍ଗ୍‌ ଓ୍ବାଙ୍ଗ୍‌ଠାରୁ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ଓ୍ବାଙ୍ଗ୍‌ ଏବେ ଚତୁର୍ଥ ରାଉଣ୍ଡରେ ଟ୍ୟୁନିସିଆର ଓନ୍ସ ଜାବେଉରଙ୍କୁ ଭେଟିବେ। ବିଶ୍ୱର ୭୮ ନମ୍ବର ଖେଳାଳି ଜାବେଉର ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ୭-୫, ୩-୬, ୭-୫ ସେଟ୍‌ରେ ଓଜନିଆକିଙ୍କୁ ପରାସ୍ତ କରିଛନ୍ତି। ୩୬ ନମ୍ବର ଖେଳାଳି ଓଜନିଆକି ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ବିଦାୟ ନେଇଛନ୍ତି। ସେହିପରି ଅନ୍ୟ ଏକ ତୃତୀୟ ରାଉଣ୍ଡ ମୁକାବିଲାରେ ଓସାକା ଆମେରିକୀୟ ଟିନ୍‌ ସେନସେସନ କୋକୋ ଗଫ୍‌ଙ୍କଠାରୁ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱର ୬୭ ନମ୍ବର ଖେଳାଳି ଗଫ୍‌ ୬-୩, ୬-୪ ସେଟ୍‌ରେ ଓସାକାଙ୍କୁ ଅତି ସହଜରେ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଗଫ୍‌ ଏବେ ନିଜ ଦେଶର ୧୪ତମ ସିଡ୍‌ ଖେଳାଳି ସୋଫିଆ କେନିନଙ୍କୁ ଭେଟିବେ। କେନିନ ଅନ୍ୟ ଏକ ମ୍ୟାଚ୍‌ରେ ଚାଇନାର ଶୁଆଇ ଝାଙ୍ଗଙ୍କୁ ୭-୫,୭-୬ ସେଟରେ ହରାଇ ଅଗ୍ରଗତି କରିଛନ୍ତି। ବିଶ୍ୱର ୧ ନମ୍ବର ଖେଳାଳି ଅଷ୍ଟ୍ରେଲିଆର ଆସଲେ ବାର୍ଟି ୬-୩, ୬-୨ ସେଟ୍‌ରେ କାଜାଖସ୍ତାନର ଏଲିନା ରିବାକିନାଙ୍କୁ ଓ ଆମେରିକାର ୧୮ତମ ସିଡ୍‌ ଖେଳାଳି ଅଲିସନ ରିସ୍‌କେ ୧-୬, ୭-୬,୬-୨ ସେଟ୍‌ରେ ଜର୍ମାନୀ ଜୁଲିଆ ଜର୍ଜେସଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ଚତୁର୍ଥ ରାଉଣ୍ଡରେ ରିସ୍‌କେ ଓ ବାର୍ଟି ମୁହଁାମୁହିଁ ହେବେ। ଅନ୍ୟପଟେ ସପ୍ତମ ସିଡ ଖେଳାଳି ଚେକ ରିପବ୍ଲିକ୍‌ର ପେଟ୍ରା କ୍ୟୁଟୋଭା ୬-୧, ୬-୨ ସେଟ୍‌ରେ ରୁଷିଆର ଏକାଟେରିନା ଆଲେଜାଣ୍ଡ୍ରୋଭଙ୍କୁ ଏବଂ ୨୨ତମ ସିଡ୍‌ ଗ୍ରୀସ୍‌ର ମାରିଆ ସାକାରୀ ୬-୪, ୬-୪ ସେଟ୍‌ରେ ଦଶମ ସିଡ ଆମେରିକାର ମାଡିନସନ କେଜଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏବେ କ୍ୟୁଟୋଭା ଓ ସାକାରୀ ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri