Posted inଖେଳ

ଅଷ୍ଟ୍ରେଲିଆନ ଫର୍ମୁଲାଓ୍ବାନ ଗ୍ରାଁପ୍ରି ବାତିଲ

ମେଲବୋର୍ନ, ୧୩ା୩ (ଏଏଫ୍‌ପି): ଶୁକ୍ରବାର ପ୍ରାକ୍ଟିସ ସେସନ ଆରମ୍ଭ ପୂର୍ବରୁ ସିଜନ ଓପନିଂ ଅଷ୍ଟ୍ରେଲିଆନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରିକୁ ବାତିଲ କରିଦିଆଯାଇଛି। ମ୍ୟାକଲରେନ ଟିମ୍‌ର ଜଣେ ସଦସ୍ୟ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ରେସ୍‌ର ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ଏପ୍ରିଲରେ ହେବାକୁଥିବା ରେସ୍‌ ଚାଇନିଜ ଗ୍ରାଁପ୍ରିକୁ ପୂର୍ବରୁ ସ୍ଥଗିତ ରଖାଯାଇ ସାରିଛି। ବାହାରିନଠାରେ ମାର୍ଚ୍ଚ ୨୨ରେ ସିଜନର ଦ୍ୱିତୀୟ ରେସ୍‌ ବିନା ଦର୍ଶକରେ ହେବ। ବର୍ଷର ଅବଶିଷ୍ଟ ରେସ୍‌ ଗୁଡିକର ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷକଟି ହୋଇଛି। ଗୁରୁବାର ନିଜ ଟିମ୍‌ର ଜଣେ ସଦସ୍ୟ କରୋନା ଭାଇରସରେ ସଂକ୍ରମିତ ଥିବା ବିଷୟ ଜଣାପଡ଼ିବା ପରେ ମ୍ୟାକଲରେନ ରେସ୍‌ରୁ ଓହରିଯିବା ଲାଗି ନିଷ୍ପତ୍ତି ନେଇଥିଲା। କରୋନା ଭାଇରସ୍‌ ଆତଙ୍କ ସତ୍ତ୍ୱେ କିପରି ରେସ୍‌ ଆୟୋଜନ କରାଯାଉଛି ସେଥିରେ ମୁଁ ବିସ୍ମିତ ବୋଲି ବିଶ୍ୱ ଚାମ୍ପିୟନ ଲୁଇସ୍‌ ହାମିଲଟନ କହିଛନ୍ତି। ମ୍ୟାକଲରେନ ଟିମ୍‌ର ଅନ୍ୟ ୧୪ଜଣ ଏବେ ନଜରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri