Posted inଖେଳ

ଅଷ୍ଟ୍ରେଲିଆର ବିଜୟ ଅଭିଯାନ

ବ୍ରିଷ୍ଟଲ, ୨।୬- ଆଇସିସି ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଶନିବାର ଏଠାରେ ଅନୁଷ୍ଠିତ ୪ର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଏକପାଖିଆ ଭାବେ ୭ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୩୮.୨ ଓଭରରେ ୨୦୭ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ଆଫଗାନିସ୍ତାନର ଦୁଇ ଓପନର ମହମ୍ମଦ ଶେହଜାଦ ଓ ହଜରତ୍‌ଉଲ୍ଲା ଜାଜାଇ ଖାତା ଖୋଲି ନ ପାରି ଆଉଟ୍‌ ହୋଇଥିଲେ। ତେବେ ମଧ୍ୟକ୍ରମରେ ରହମତ୍‌ ଶାହ (୪୩), ଅଧିନାୟକ ଗୁଲାବଦିନ ନାଇବ (୩୧), ନଜିବୁଲ୍ଲା ଜର୍ଡାନ (୫୧) ଓ ରଶିଦ୍‌ ଖାଁ (୨୭ ରନ, ୧୧ ବଲ)ଙ୍କ ଦ୍ରୁତ ଇନିଂସ ଯୋଗୁ ଏକ ସମ୍ମାନଜନକ ସ୍କୋର ଠିଆ କରିପାରିଥିଲା। ସଫଳ ବୋଲରଭାବେ ଅଷ୍ଟ୍ରେଲିଆ ପକ୍ଷରୁ ପ୍ୟାଟ୍‌ କୁମିନ୍ସ ଓ ଆଡାମ ଜାମ୍ପା ୩ଟି ଲେଖାଏ, ମାର୍କସ ଷ୍ଟୋଇନିସ ୨ ଓ ମିଚେଲ ଷ୍ଟାର୍କ ଗୋଟିଏ ଉଇକେଟ୍‌ ନେଇଥିଲେ। ଜବାବରେ ଅଷ୍ଟ୍ରେଲିଆ ୩୪.୫ ଓଭରରେ ୩ଟି ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଡେଭିଡ୍‌ ଓ୍ବାର୍ନର ୮୯ ରନ (୧୧୪ ବଲ୍‌, ୮ ଚୌକା) ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ଅଧିନାୟକ ଆରୋନ୍‌ ଫିଞ୍ଚ୍‌ ୬୬, ଉସମାନ ଖ୍ବାଜା ୧୫, ଷ୍ଟିଭ ସ୍ମିଥ୍‌ ୧୮ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ୪* ରନ କରିଥିଲେ। ବିଜୟ ସହ ଅଷ୍ଟ୍ରେଲିଆ ୨ ପଏଣ୍ଟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri