Posted inଖେଳ

ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଲଡର୍‌ସ,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ୩୭ତମ ମ୍ୟାଚ୍‌ରେ ଶନିବାର ଅଷ୍ଟ୍ରେଲିଆ ୮୬ ରନରେ ପଡୋଶୀ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହତ ପ୍ରଥମଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଥିବା ଅଷ୍ଟ୍ରେଲିଆ ୮ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ଗୋଟିଏ ପରାଜୟ ସହ ୧୪ ପଏଣ୍ଟ ହାସଲ କରି ତାଲିକାରେ ତା’ର ଶୀର୍ଷସ୍ଥାନକୁ ଆହୁରି ଦୃଢ କରିଛି। ଅନ୍ୟପଟେ ନ୍ୟୁଜିଲାଣ୍ଡ ୮ଟି ମ୍ୟାଚ୍‌ ଖେଳି ୫ ବିଜୟ, ୨ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୧୧ ପଏଣ୍ଟ ପାଇ ପୂର୍ବପରି ତୃତୀୟ ସ୍ଥାନରେ ରହିଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୨୪୩ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୪୩.୪ ଓଭରରେ ୧୫୭ ରନ କରି ଅଲଆଉଟ ହୋଇ ଆତ୍ମସମର୍ପଣ କରିଛି। ୭୧ରନର ଉପଯୋଗୀ ଇନିଂସ ଖେଳିଥିବା ଅଷ୍ଟ୍ରେଲୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଆଲେକ୍ସ କାରେ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୪୪ ରନ ବିଜୟ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଦଳ ତରଫରୁ ଅଧିନାୟକ କେନ୍‌ ଓ୍ବିଲିୟମସନ ସର୍ବାଧିକ ୪୦ ରନ କରିଆଉଟ ହୋଇଥିଲେ। ସେହିପରି ଅଭିଜ୍ଞ ରସ ଟେଲର ୩୦, ମାର୍ଟିନ ଗୁପ୍ଟିଲ ୨୦, ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ଲାଥମ ୧୪ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଲୋୟର ଅର୍ଡରର ୬ ଜଣ ବ୍ୟାଟ୍ସମ୍ୟାନ ଫେଲ୍‌ ମାରିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ମିଚେଲ ଷ୍ଟାର୍କ ସର୍ବାଧିକ ୫, ଜାସନ ବେହେରନଡର୍ଫ ୨, ପ୍ୟାଟ କୁମିନ୍ସ, ନାଥନ ଲିୟନ, ଷ୍ଟିଭେନ୍‌ ସ୍ମିଥ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ତରଫରୁ ଉସ୍‌ମାନ ଖ୍ବାଜା ସର୍ବାଧିକ ୮୮ ରନ ସଂଗ୍ରହ କରିଥିଲେ। ଆଲେକ୍ସ କାରେ ୭୧ ରନ କରି ଆଉଟ ହୋଇଥିଲେ ଓ ଅନ୍ୟମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ। ଓପନିଂ ଯୋଡି ଡେଭିଡ ଓ୍ବାର୍ନର ଓ ଆରୋନ ଫିଞ୍ଚ୍‌ ଏହି ମ୍ୟାଚ୍‌ରେ ଫେଲ୍‌ ମାରିଥିଲେ। ଓ୍ବାର୍ନର ୧୬ ଓ ଫିଞ୍ଚ୍‌ ୮ ରନ କରି ଆଉଟ ହୋଇଥିଲେ। ମାର୍କସ ଷ୍ଟୋଇନିସ ୨୧ରନ କରି ଆଉଟ ହୋଇଥିବା ବେଳେ ପ୍ୟାଟ କୁମିନ୍ସ ୨୩ ରନ କରି ଅପରାଜିତ ରହିଥିଲେ। ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଟ୍ରେଣ୍ଟ ବୋଲ୍ଟ ସର୍ବାଧିକ ୪, ଲୋକି ଫର୍ଗୁସନ ଓ ଜିମ୍ମି ନିଶାମ ୨ଟି ଲେଖାଏ, କେନ ଓ୍ବିଲିୟମସନ ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୫୦ ଓଭରରେ ୨୪୩/୯
(ଖ୍ବାଜା- ୮୮, କାରେ- ୭୧, ବୋଲ୍ଟ- ୪/୫୧,ଫର୍ଗୁସନ- ୨/୪୯, ନିଶାମ- ୨/୨୮)।
ନ୍ୟୁଜିଲାଣ୍ଡ ୪୩.୪ ଓଭରରେ ୧୫୭ ଅଲଆଉଟ
(ଓ୍ବିଲିୟମସନ- ୪୦, ଟେଲର- ୩୦, ଗୁପ୍ଟିଲ- ୨୦, ଷ୍ଟାର୍କ- ୫/ ୨୬, ବେହେରନଡୋର୍ଫ- ୨/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି।...

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ...

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭିଲିଆନ୍‌ ସଜେଇଲେ ଏହି କ୍ରିକେଟର୍‌: କହିଦେଲେ ଏମିତି କଥା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏଥି ସହ ବର୍ତ୍ତମାନ...

ରୋହିତଙ୍କୁ ସମ୍ଭାଳିବାକୁ ପଡିଲା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ! ପାଣ୍ଡ୍ୟାଙ୍କୁ କହିଲେ…

ନୂଆଦିଲ୍ଲୀ,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୭୭ ରନ୍‌ ସଂଗ୍ରହ କରିଥିଲା। ଆଇପିଏଲ ଇତିହାସରେ ଏହା ହେଉଛି...

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri