Posted inଖେଳ

ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଲଡର୍‌ସ,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ୩୭ତମ ମ୍ୟାଚ୍‌ରେ ଶନିବାର ଅଷ୍ଟ୍ରେଲିଆ ୮୬ ରନରେ ପଡୋଶୀ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହତ ପ୍ରଥମଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଥିବା ଅଷ୍ଟ୍ରେଲିଆ ୮ଟି ମ୍ୟାଚ୍‌ ଖେଳି ୭ ବିଜୟ ଓ ଗୋଟିଏ ପରାଜୟ ସହ ୧୪ ପଏଣ୍ଟ ହାସଲ କରି ତାଲିକାରେ ତା’ର ଶୀର୍ଷସ୍ଥାନକୁ ଆହୁରି ଦୃଢ କରିଛି। ଅନ୍ୟପଟେ ନ୍ୟୁଜିଲାଣ୍ଡ ୮ଟି ମ୍ୟାଚ୍‌ ଖେଳି ୫ ବିଜୟ, ୨ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୧୧ ପଏଣ୍ଟ ପାଇ ପୂର୍ବପରି ତୃତୀୟ ସ୍ଥାନରେ ରହିଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୨୪୩ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୪୩.୪ ଓଭରରେ ୧୫୭ ରନ କରି ଅଲଆଉଟ ହୋଇ ଆତ୍ମସମର୍ପଣ କରିଛି। ୭୧ରନର ଉପଯୋଗୀ ଇନିଂସ ଖେଳିଥିବା ଅଷ୍ଟ୍ରେଲୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଆଲେକ୍ସ କାରେ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୨୪୪ ରନ ବିଜୟ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଦଳ ତରଫରୁ ଅଧିନାୟକ କେନ୍‌ ଓ୍ବିଲିୟମସନ ସର୍ବାଧିକ ୪୦ ରନ କରିଆଉଟ ହୋଇଥିଲେ। ସେହିପରି ଅଭିଜ୍ଞ ରସ ଟେଲର ୩୦, ମାର୍ଟିନ ଗୁପ୍ଟିଲ ୨୦, ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ଲାଥମ ୧୪ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଲୋୟର ଅର୍ଡରର ୬ ଜଣ ବ୍ୟାଟ୍ସମ୍ୟାନ ଫେଲ୍‌ ମାରିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ମିଚେଲ ଷ୍ଟାର୍କ ସର୍ବାଧିକ ୫, ଜାସନ ବେହେରନଡର୍ଫ ୨, ପ୍ୟାଟ କୁମିନ୍ସ, ନାଥନ ଲିୟନ, ଷ୍ଟିଭେନ୍‌ ସ୍ମିଥ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ତରଫରୁ ଉସ୍‌ମାନ ଖ୍ବାଜା ସର୍ବାଧିକ ୮୮ ରନ ସଂଗ୍ରହ କରିଥିଲେ। ଆଲେକ୍ସ କାରେ ୭୧ ରନ କରି ଆଉଟ ହୋଇଥିଲେ ଓ ଅନ୍ୟମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ। ଓପନିଂ ଯୋଡି ଡେଭିଡ ଓ୍ବାର୍ନର ଓ ଆରୋନ ଫିଞ୍ଚ୍‌ ଏହି ମ୍ୟାଚ୍‌ରେ ଫେଲ୍‌ ମାରିଥିଲେ। ଓ୍ବାର୍ନର ୧୬ ଓ ଫିଞ୍ଚ୍‌ ୮ ରନ କରି ଆଉଟ ହୋଇଥିଲେ। ମାର୍କସ ଷ୍ଟୋଇନିସ ୨୧ରନ କରି ଆଉଟ ହୋଇଥିବା ବେଳେ ପ୍ୟାଟ କୁମିନ୍ସ ୨୩ ରନ କରି ଅପରାଜିତ ରହିଥିଲେ। ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଟ୍ରେଣ୍ଟ ବୋଲ୍ଟ ସର୍ବାଧିକ ୪, ଲୋକି ଫର୍ଗୁସନ ଓ ଜିମ୍ମି ନିଶାମ ୨ଟି ଲେଖାଏ, କେନ ଓ୍ବିଲିୟମସନ ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ୫୦ ଓଭରରେ ୨୪୩/୯
(ଖ୍ବାଜା- ୮୮, କାରେ- ୭୧, ବୋଲ୍ଟ- ୪/୫୧,ଫର୍ଗୁସନ- ୨/୪୯, ନିଶାମ- ୨/୨୮)।
ନ୍ୟୁଜିଲାଣ୍ଡ ୪୩.୪ ଓଭରରେ ୧୫୭ ଅଲଆଉଟ
(ଓ୍ବିଲିୟମସନ- ୪୦, ଟେଲର- ୩୦, ଗୁପ୍ଟିଲ- ୨୦, ଷ୍ଟାର୍କ- ୫/ ୨୬, ବେହେରନଡୋର୍ଫ- ୨/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri