Posted inଖେଳ

ଅଷ୍ଟ୍ରେଲିଆ ଦଳରୁ ବାଦ୍‌ ପଡ଼ିଥିଲେ ବ୍ରାଡମ୍ୟାନ

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନ କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। ୨୦ ବର୍ଷର ଲମ୍ବା କ୍ୟାରିୟରରେ ସେ ୫୨ ଟେଷ୍ଟ ଖେଳି ୬,୯୯୬ ରନ୍‌ କରିଥିଲେ। ତାଙ୍କ ଆଭରେଜ ଥିଲା ୯୯.୯୪, ଯାହାକି ଅବିଶ୍ୱସନୀୟ। ଏଥିରେ ରହିଥିଲା ୨୯ ଶତକ। ତାଙ୍କ ଚମତ୍କାର ବ୍ୟାଟିଂ ଯୋଗୁ ତାଙ୍କୁ ସାର ଅଭିହିତ କରାଯାଉଥିଲା। କିନ୍ତୁ ତାଙ୍କ କ୍ୟାରିୟରର ଆରମ୍ଭ ସେତେଟା ଭଲ ନ ଥିଲା। ୧୯୨୮ରେ ଇଂଲଣ୍ଡ ବିପକ୍ଷରେ ପଦାର୍ପଣ କରିବା ପରେ ବ୍ରାଡମ୍ୟାନ ଦଳରୁ ବାଦ୍‌ ପଡ଼ିଥିଲେ। ତାଙ୍କ ପଦାର୍ପଣ ମ୍ୟାଚ୍‌ ନଭେମ୍ବର ୩୦, ୧୮୨୮ରେ ବ୍ରିସବେନଠାରେ ଖେଳାଯାଇଥିଲା। ମ୍ୟାଚ୍‌ରେ ସେ ମୋଟ ୧୯ ରନ୍‌ କରିଥିଲେ। ପ୍ରଥମ ଇନିଂସରେ ୭ମ କ୍ରମରେ ଆସି ୧୮ ଓ ଦ୍ୱିତୀୟ ଇନିଂସରେ ୬ଷ୍ଠ ନମ୍ବରରେ କ୍ରିଜକୁ ଓହ୍ଲାଇ ୧ ରନ୍‌ କରିଥିଲେ। ଉକ୍ତ ମ୍ୟାଚ୍‌ରେ ଇଂଲଣ୍ଡ ୬୭୫ ରନ୍‌ର ବୃହତ୍‌ ବ୍ୟବଧାନରେ ବିଜୟୀ ହୋଇଥିଲା। ସିଡ୍‌ନୀଠାରେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ପରବର୍ତ୍ତୀ ମ୍ୟାଚ୍‌ରେ ବ୍ରାଡମ୍ୟାନଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳି ନ ଥିଲା। ମେଲବୋର୍ନଠାରେ ଅନୁଷ୍ଠିତ ସିରିଜ୍‌ର ୩ୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଦଳରେ ବ୍ରାଡମ୍ୟାନଙ୍କୁ ସାମିଲ କରାଯାଇଥିଲା। ପ୍ରଥମ ଓ ଦ୍ୱିତୀୟ ଇନିଂସରେ ଯଥାକ୍ରମେ ୭୯ ଓ ୧୧୨ ରନ୍‌ କରିଥିଲେ। ଏହି ମ୍ୟାଚ୍‌କୁ ମଧ୍ୟ ଇଂଲଣ୍ଡ ୩ ଉଇକେଟରେ ହାତେଇ ନେଇଥିଲା। ସେ ୪ର୍ଥ ଆଶେସରେ ୪୦ ଓ ୫୮ ପଞ୍ଚମ ତଥା ଫାଇନାଲ ଟେଷ୍ଟରେ ୧୨୩ ଓ ୩୭* ରନ କରିଥିଲେ। ସିରିଜ୍‌ରେ ଅଷ୍ଟ୍ରେଲିଆ ୪-୧ରେ ପରାସ୍ତ ହୋଇ ବିଶ୍ୱକୁ ଯାଇଥିଲା କ୍ରିକେଟର ଭଗବାନ।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri