Posted inଖେଳ

ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର କ୍ରିକେଟ ମ୍ୟାଚ ଯୋଜନା

ମେଲବୋର୍ନ, ୧୩ା୫ (ପି.ଟି.)- କରୋନା ଭାଇରସ୍‌ ମହାମାରୀ ଯୋଗୁ ବର୍ତ୍ତମାନ ସ୍ଥିତିରେ ଇଣ୍ଟରନ୍ୟାଶନାଲ ଟୁର୍‌ ସମ୍ଭବନା ଦେଖା ଯାଉ ନ ଥିବାରୁ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ମ୍ୟାଚ ଆୟୋଜନ ପାଇଁ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଦୁଇ ଦେଶର ସରକାର କ୍ୱାରାଣ୍ଟାଇନ୍‌ ଫ୍ରି ଟ୍ରାଭେଲ ପାଇଁ ଅନୁମତି ଦେବା ପାଇଁ ଯୋଜନା କରୁଛନ୍ତି। ମ୍ୟାଚ ଆୟୋଜନ ସମ୍ଭାବନାକୁ ନେଇ ନ୍ୟୁଜିଲାଣ୍ଡ କ୍ରିକେଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଡେଭିଡ୍‌ ହ୍ବାଇଟ୍‌ ପ୍ରତିପକ୍ଷ କ୍ରିକେଟ ଅଷ୍ଟ୍ରେଲିଆର କେଭିନ୍‌ ରବଟର୍‌ସଙ୍କ ସହ ଯୋଗାଯୋଗ ଅବ୍ୟହତ ରଖିଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ ତମ ସଂସ୍କରଣ ଅନିର୍ଦ୍ଦିଷ୍ଟକାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ବାଂଲାଦେଶର ଟେଷ୍ଟ ଟୁର୍‌ ବାତିଲ ହୋଇଛି। ଜୁଲାଇରେ ଇଂଲଣ୍ଡର ଏକ ସୀମିତ ଓଭର ଟୁର୍‌ ବାତିଲ ସମ୍ଭାବନା ରହିଛି। ଫଳରେ ଶୀତଋତୁରେ ଅଷ୍ଟ୍ରେଲିଆ ପାଇଁ କ୍ରିକେଟ ମ୍ୟାଚ ନାହିଁ। ପୁନଶ୍ଚ ଅକ୍ଟୋବର-ନଭେମ୍ବରରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ହେବ କି ନା ସେ ନେଇ ସନ୍ଦେହ ଦେଖା ଦେଇଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡର ଘରୋଇ ଅନ୍ତର୍ଜାତୀୟ ସିରିଜଗୁଡ଼ିକ ଖେଳାଯାଇ ପାରିବ କି ନା ସେ ନେଇ ଅନିଶ୍ଚିତତା ଦେଖା ଦେଇଛି। ଟେଷ୍ଟ ସିରିଜ ଖେଳିବାକୁ ପାକିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ ଏବଂ ଶ୍ରୀଲଙ୍କା ଶର୍ଟ ଫର୍ମାଟ କ୍ରିକେଟ ଖେଳିବାକୁ ଆସିବା କାର୍ଯ୍ୟସୂଚୀ ରହିଛି। ସୂଚନାଯୋଗ୍ୟ, କରୋନା ଭାଇରସ୍‌ ଯୋଗୁ ଗତ ମାର୍ଚ୍ଚରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୩ ମ୍ୟାଚବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ରୁଦ୍ଧଦ୍ୱାରରେ ଖେଳାଯିବା ପରେ ଅବଶିଷ୍ଟ ଦୁଇଟିକୁ ବାତିଲ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri