Posted inଖେଳ

ଅଷ୍ଟ୍ରେଲିଆ ମ୍ୟାଚ୍‌ ପୂର୍ବରୁ ମିଳିଥିଲା ଏହି ଖାସ୍‌ ଉପହାର: ଭାବୁକ ହୋଇପଡିଲେ କୋହଲି

ଲଣ୍ଡନ,୧୦।୬: ଆଇସିସି ବିଶ୍ୱକପରେ ରବିବାର ଅନୁଷ୍ଠିତ ହାଇଭୋଲ୍ଟେଜ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଏକ ଖାସ୍‌ ଉପହାର ମିଳିଥିଲା। ସେହି ଉପହାରଟି ଭାରତରୁ ଯାଇଥିଲା। ଦିଲ୍ଲୀର ବିଶାଲ ଭାରତୀ ପବ୍ଲିକ ସ୍କୁଲ ପକ୍ଷରୁ ଏହି ଉପହାରଟି ଦିଆଯାଇଥିଲା। ଏହି ସ୍କୁଲରେ ବିରାଟ ପିଲାଦିନେ ପାଠ ପଢୁଥିଲେ। ବିଶ୍ୱକପରେ ବିରାଟଙ୍କୁ ଚିୟର କରିବା ପାଇଁ ସ୍କୁଲର ମାଟିକୁ ଉପହାର ସଦୃଶ ବିରାଟଙ୍କୁ ପଠାଯାଇଥିଲା ବୋଲି ସ୍କୁଲ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି। ଉପହାରଟି ପାଇବା ପରେ ଭାବୁକ ହୋଇପଡିଥିଲେ ବିରାଟ। ଏହି ମାଟିର ବାସ୍ନା ବାରିବାକୁ ଚେଷ୍ଟା କରିଥିଲେ ସେ। ସୂଚନାଯୋଗ୍ୟ, ୧୯୮୮ରେ ବିରାଟ ବିଶାଲ ପବ୍ଲିକ ସ୍କୁଲରୁ ପାଠ ପଢିବା ସହ କ୍ରିକେଟ ଜୀବନ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri