Posted inଖେଳ

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ଆଡିଲେଡ, ୩।୧୨- ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ (ଦିବାରାତ୍ର) କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ଏକ ଇନିଂସ ୪୮ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏଥିସହ ଅଷ୍ଟ୍ରେଲିଆ ୨ ମ୍ୟାଚ ବିଶିଷ୍ଟ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ଅର୍ଦ୍ଧଶତକ ହାସଲକାରୀ ଶାନ ମାସୁଦ ଓ ଅସଦ ସଫିକଙ୍କ ସମେତ ମୋଟ ୫ ଉଇକେଟ ହାସଲ କରି ତାରକା ସ୍ପିନର ନାଥାନ ଲିୟନ ଅଷ୍ଟ୍ରେଲିଆକୁ ଇନିଂସ ବିଜୟୀ କରାଇଛନ୍ତି। ତ୍ରିଶତକ ହାସଲକାରୀ ଅଷ୍ଟ୍ରେଲିଆର ଡେଭିଡ ଓ୍ବାର୍ନର ମ୍ୟାନ ଅଫ ଦି ମ୍ୟାଚ ଓ ସିରିଜ ବିବେଚିତ ହୋଇଛନ୍ତି। ଏହି ମ୍ୟାଚରୁ ୬୦ ପଏଣ୍ଟ ସହିତ ଆଇସିସି ବିଶ୍ୱ ଟେଷ୍ଟ ସିରିଜ ଟେବୁଲରେ ଅଷ୍ଟ୍ରେଲିଆର ପଏଣ୍ଟ ସଂଖ୍ୟା ୧୭୬ରେ ପହଞ୍ଚତ୍ଛି। ପ୍ରଥମ ଟେଷ୍ଟକୁ ଅଷ୍ଟ୍ରେଲିଆ ଏକ ଇନିଂସ ୫ ରନରେ ଜିତିଥିଲା। ପିଙ୍କ୍‌ବଲ୍‌ ଟେଷ୍ଟରେ ଅଷ୍ଟ୍ରେଲିଆର ଏହା କ୍ରମାଗତ ୬ଷ୍ଠ (କେବଳ ଆଡିଲେଡରେ ୪ଟି) ବିଜୟ। ୨୦୧୫ରୁ ଦିବାରାତ୍ର ଟେଷ୍ଟ ଆରମ୍ଭ ହେବା ପରଠାରୁ ପ୍ରତି ମ୍ୟାଚରୁ ଫଳାଫଳ ମିଳିଛି।
ପ୍ରଥମ ଇନିଂସରେ ୩୦୨ ରନ କରି ପାକିସ୍ତାନ ଫଲୋଅନ ହୋଇଥିଲା। ତୃତୀୟ ଦିବସ ଶେଷସୁଦ୍ଧା ଦ୍ୱିତୀୟ ଇନିଂସରେ ୩ ଉଇକେଟ ହରାଇ ୩୯ ରନ କରିଥିଲା। ଶାନ ମାସୁଦ ଓ ଅସଦ ସାଫିକ କିଛି ସମୟ ଅଷ୍ଟ୍ରେଲୀୟ ବୋଲରଙ୍କୁ ସଫଳ ମୁକାବିଲା କରି ୪ର୍ଥ ଉଇକେଟ ଭାଗୀଦାରିରେ ୧୦୩ ରନ ଯୋଗ କରିଥିଲେ। ଲିୟନ ଏହି ଯୋଡ଼ି ଭାଙ୍ଗିବାପରେ ଇଫତିକାର ଅହମଦ ଓ ମହମ୍ମଦ ରିଜଓ୍ବାନ କିଛି ସମୟ ଲଢ଼େଇ କରିଥିଲେ। ମାତ୍ର ପାକିସ୍ତାନକୁ ଇନିଂସ ପରାଜୟରୁ ରକ୍ଷା କରିବା ପାଇଁ ତାହା ପର୍ଯ୍ୟାପ୍ତ ହୋଇ ନ ଥିଲା। ୮୨ ଓଭରରେ ପାକିସ୍ତାନ ଦ୍ୱିତୀୟ ଇନିଂସ ୨୩୯ ରନରେ ସୀମିତ ହୋଇ ଯାଇଥିଲା। ଦଳ ପକ୍ଷରୁ ଓପନର ମାସୁଦ ସର୍ବାଧିକ ୬୮, ସଫିକ ୫୭, ରିଜଓ୍ବାନ ୪୫ ଓ ଇଫତିକାର ୨୭ ରନ କରିଥିଲେ। ଅଷ୍ଟ୍ରେଲିଆ ବୋଲରଙ୍କ ମଧ୍ୟରେ ଲିୟନ ୫ଟି, ଜୋଶ୍‌ ହାଜେଲଉଡ ୩ଟି ଏବଂ ମିଚେଲ ଷ୍ଟାର୍କ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri