ଅଷ୍ଟ୍ରେଲୀୟ ଫୁଟବଲର କୋଭିଡ-୧୯ ଆକ୍ରାନ୍ତ

ସିଡନୀ,୨୮।୩ (ଏ.ପି.):  ଅଷ୍ଟ୍ରେଲିଆର ଜଣେ ଏ-ଲିଗ୍‌ ଫୁଟବଲର କାରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ପ୍ରଥମ ଅଷ୍ଟ୍ରେଲୀୟ ପେସାଦାର ଫୁଟବଲ ଭାବା ସେ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତେବେ ଏହି ଖେଳାଳିଙ୍କ ନାମ ଜଣାପଡିନାହିଁ। ଏହି ଫୁଟବଲର ଜଣକ ନ୍ୟୁ ସାଉଥ୍‌ ଓ୍ବେଲ୍ସ ରାଜ୍ୟର ନ୍ୟୁକ୍ୟାସଲ ଜେଟ୍ସ ତରଫରୁ ଖେଳିଥାନ୍ତି। ଏକ ଆନ୍ତର୍ଜାତୀୟ ବିମାନ ଉଡାଣ ପୂର୍ବରୁ ଶୁକ୍ରବାର ତାଙ୍କର ଟେଷ୍ଟ କରାଯାଇଥିଲା। ଏଥିରେ ସେ ପଜିଟିଭ ଥିବା ଜଣାପଡିଥିଲା। କିଛ ଦିନ ତଳେ ସେ ବ୍ରିସ୍‌ବେନ ଓ ମୋଲବୋର୍ନ ସିଟି ବିପକ୍ଷରେ ମ୍ୟାଚ୍‌ ଖେଳିଥିଲେ। ଏବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ଅଛି ବୋଲି ଜେଟ୍ସ ମୁଖ୍ୟ କାର୍ଯ୍ୟନିର୍ବାହୀ ଲଉଣି ମ୍ୟାକ୍‌କିନ୍ନା କହିଛନ୍ତି। ଲକ୍ଷଣ ଦେଖା ଦେଇଥିଲେ ମଧ୍ୟ ସେ ବେଶ୍‌ ସୁସ୍ଥ ଅଛନ୍ତି। ତାଙ୍କ ପରିବାରକୁ ଆଇସୋଲେଶନରେ ରଖାଯାଇଛି। ତେବେ ଦଳରେ ବାକି ଖେଳାଳିଙ୍କୁ ଆଇସୋଲେଶନରେ ରଖିବାର ଆବଶ୍ୟକତା ନାହିଁ। ସମ୍ପୃକ୍ତ ଫୁଟବଲର ଜଣକୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ଏ- ଲିଗ୍‌ ମଧ୍ୟ ଏପ୍ରିଲ ୨୨ ପର୍ଯ୍ୟନ୍ତ ସ୍ଥଗିତ ହୋଇଛି। ଦଳର ସବୁ ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି। ଯଦି କାହା ପାଖରେ କିଛି ବି ଲକ୍ଷଣ ଦେଖାଯାଏ ତାହେଲେ ତାଙ୍କୁ ଆଇସୋଲେଟ କରାଯିବ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, କରୋନା ଭାଇରସ୍‌ କାରଣରୁ ସାରା ବିଶ୍ୱରେ ୨୪,୦୦୦ ବ୍ୟକ୍ତି ମୃତ୍ୟୁମୁଖରେ ପଡିଛନ୍ତି ଓ ପ୍ରାୟ ୬ଲକ୍ଷ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri