ଅସଜଡା କେଶ, ଭୟଙ୍କର ଆଖି: କ୍ୱାରାଣ୍ଟାଇନ୍‌ରେ ରଣବୀର

ମୁମ୍ବାଇ: କରୋନା ଭାଇରସ୍‌ କବଳରେ ଏପର୍ଯ୍ୟନ୍ତ ୧୮୮ ଦେଶ ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍‌ ବିରୋଧରେ ସାରା ବିଶ୍ୱର ସଂଘର୍ଷ ଜାରି ରହିଛି। ଏଭଳି ସ୍ଥିତିରେ କେତେକ ଲୋକ କରୋନା ସଂକ୍ରମଣରୁ ଭୟଭୀତ ହୋଇ ନିଜକୁ କ୍ୱାରାଣ୍ଟାଇନ୍‌ରେ ରଖୁଥିବା ଦେଖିବାକୁ ମିଳିଛି। କରୋନା ମୁକାବିଲା ଲାଗି ରାଜନେତାଙ୍କ ଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ଘରେ ଏକୁଟିଆ ରହି ସମୟ ଅତିବାହିତ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦେବା ସହ ନିଜେ ମଧ୍ୟ କ୍ୱାରାଣ୍ଟାଇନ୍‌ରେ ରହୁଛନ୍ତି। କେତେକ ରାଜ୍ୟରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ଲୋକମାନେ ଘରେ ବସି ବିରକ୍ତି ହୋଇଗଲେଣି। କିନ୍ତୁ ନିଜ ଓ ଅନ୍ୟମାନଙ୍କର ସୁରକ୍ଷା ପାଇଁ ସେମାନେ ଘରେ ରହି ସମୟ କାଟୁଛନ୍ତି। ଇତିମଧ୍ୟରେ ନିଜର ମଜାଳିଆ ଅନ୍ଦାଜ ପାଇଁ ଜଣାଯାଉଥିବା ବଲିଉଡ୍‌ ଅଭିନେତା ରଣବୀର ସିଂହଙ୍କ ଏକ ମଜାଳିଆ ପୋଷ୍ଟ ସାମ୍ନାକୁ ଆସିଛି। ଏଥିରେ ରଣବୀରଙ୍କ ଲମ୍ବା ଓ ଅସଜଡା କେଶ ସହ ଭୟଙ୍କର ଆଖି ଦେଖିବାକୁ ମିଳିଛି। ରଣବୀର ଏହି ଫଟୋକୁ ଶେୟାର କରିବା ସହ କ୍ୟାପଶନ୍‌ରେ ଲେଖିଛନ୍ତି, ଯେତେବେଳ ଆପଣ କ୍ୱାରାଣ୍ଟାଇନ୍‌ରୁ ବାହାରକୁ ଆସିବେ ସେତେବେଳେ ଏଭଳି ଦେଖାଯିବେ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ରଣବୀରଙ୍କ ଏହି ଫଟୋକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥିବା ବେଳେ ବିଭିନ୍ନ ପ୍ରତିକ୍ରିୟା ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri