ଅସହାୟକୁ ସହାୟତାର ହାତ ବଢ଼ାଇଲା ଶ୍ରମିକ ସଂଘ

କାଳିଆପାଣି,୧୬।୪ (ଡି.ଏନ୍‌.ଏ.)-କୋଭିଡ୍‌-୧୯ ଭୂତାଣୁ ପ୍ରତିହତ ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏହି ସମୟରେ ଅସହାୟମାନଙ୍କୁ ଅନେକ ସରକାରୀ, ବେସରକାରୀ ସଂସ୍ଥା ଓ ସଂଘ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ପକ୍ଷରୁ ବିଭିନ୍ନ କମ୍ପାନୀ ସହଯୋଗରେ ପ୍ରତିଗ୍ରାମର ଅସହାୟ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି। ଖଣି ଅଞ୍ଚଳରେ ପରିବହନ କାର୍ଯ୍ୟ କରୁଥିବା ପଲ୍ଲବୀ ସିଣ୍ଡିକେଟ ସହାୟତାରେ ଗୁରୁବାର ଆଶେକଝର ଗ୍ରାମର ୧୭ ଜୁଆଙ୍ଗ ପରିବାର ସମେତ ଦେଓଗାଁ ୧୬, କୁମୁଡ଼ିବାହାଳୀ ୧୪, ବାହାଳିସାହି ୧୨, କଙ୍କଡ଼ାଗୁଡ଼ି ୧୮, ଗୋଡ଼ଭଙ୍ଗା ୧୫, ଛତାଟାଙ୍ଗର ୨ ଓ ନାତୁର ଗ୍ରାମର ୨୩ ପରିବାରକୁ ଚାଉଳ, ଡ଼ାଲି, ଆଳୁ, ଲୁଣ, ସାବୁନ ବଣ୍ଟନ କରାଯାଇଥିଲା। ଏଥିସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ସାକାଶେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଲୋକମାନଙ୍କୁ ବୁଝାଇଥିଲେ। ଏଥିରେ ଶ୍ରମିକ ସଂଘ ସାଧାରଣ ସମ୍ପାଦକ ନାରାୟଣ ଚନ୍ଦ୍ର ଧୀର, ଅନ୍ୟତମ ସମ୍ପାଦକ ବିଦ୍ୟାଧର ପାତ୍ର, ଉପଦେଷ୍ଟା ତଥା ସୁକିନ୍ଦା ପୂର୍ବତନ ଅଧ୍ୟକ୍ଷା ଭଗବତି ମହାନ୍ତ ପ୍ରମୁଖ
ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri