ଅସହାୟଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ

ରାଇରଙ୍ଗପୁର, ୩ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୌର ପରିଷଦ ପକ୍ଷରୁ ସହରରେ ଥିବା ଗରିବ, ଅସହାୟ ଓ ଅଟକି ରହିଥିବା ପଡ଼ୋଶୀ ଝାରଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ଶ୍ରମିକମାନଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି। ପୌରାଞ୍ଚଳର ୧୫ଟି ଓ୍ବାର୍ଡର ମୋଟ ୭୭୯ ଜଣଙ୍କୁ ଶୁଖିଲା ଖାଦ୍ୟ ଦିଆଯାଇଛି। ପଡ଼ୋଶୀ ରାଜ୍ୟର ୪୫୯ ଜଣ ଶ୍ରମିକ ଲକଡାଉନ ଯୋଗୁ ନିଜ ରାଜ୍ୟକୁ ଫେରି ପାରି ନ ଥିତ୍ବାରୁ ସେମାନଙ୍କୁ ମଧ୍ୟ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି। ସ୍ଥାନୀୟ ମେଡିକାଲରେ ଚିକିତ୍ସାଧୀନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଥିବା ଜଣା ପଡ଼ିଛି। ସେହିପରି କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ଲାଗି ରାଇରଙ୍ଗପୁର ଦମକଳ ବାହିନୀ ପକ୍ଷରୁ ସହରାଞ୍ଚଳକୁ ସାନିଟାଇଜ କରାଯାଇଛି। କୁଚେଇବୁଢି, ବାଇଦାପୋଷି, ପୁରୁଣାଘାଟି, ଅଁଳାଡୁବା, ପୁରୁଣାପାଣି ଓ ମହୁଲଡିହା ଆଦି ବସ୍ତୀ ଅଞ୍ଚଳକୁ ସାନିଟାଇଜ କରାଯାଇଛି। ଦମକଳ କେନ୍ଦ୍ର ଅଧିକାରୀ ଶରତ ଚନ୍ଦ୍ର ସିଂଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀମାନେ ସାନିଟାଇଜ କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗା ବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି।

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri