ଅସହାୟଙ୍କୁ ବିଏମ୍‌ସିର ରାଶନ ବଣ୍ଟନ

ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ ସହରରେ ଜୀବନ ଜୀବିକା ପ୍ରଭାବିତ ଯୋଗୁ ଅସହାୟ, ଅନାହାରରେ ଦିନ କାଟୁଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ ଯୋଗାଇବା ନେଇ ବିଏମ୍‌ସି ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ସହରର ବିଭିନ୍ନ ବସ୍ତିଅଞ୍ଚଳ ସମେତ ସହରର ବିଭିନ୍ନ ସ୍ଥାନରେ ବାହାରୁ ଆସି ଅଟକି ରହିଥିବା ଅସହାୟଙ୍କୁ ରାଶନ ସାମଗ୍ରୀ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ରହ୍ମପୁର ବିଭିନ୍ନ ବ୍ୟବସାୟୀକ ସଂଗଠନ ଓ ସାମାଜିକ ସଂଗଠନ ସହଯୋଗରେ ବିଏମ୍‌ସି ପକ୍ଷରୁ ବିଭିନ୍ନ ବସ୍ତି ଅଞ୍ଚଳରେ ଥିବା ଗରିବ ପରିବାରଙ୍କୁ ୧୦ ଦିନର ରାଶନ ସାମଗ୍ରୀ ବଣ୍ଟନ ନେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମଙ୍ଗଳବାର ଲେପ୍ରୋସି କଲୋନୀରେ ଥିବା ୨୫୦ ପରିବାରଙ୍କୁ ୧୦ ଦିନ ପାଇଁ ଚାଉଳ, ଡାଲି, ତେଲ, ଅଟା ଓ ସୁଜି ଆଦି ରାଶନ ସାମଗ୍ରୀ ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟ ଅବଧି ମଧ୍ୟରେ ୪୦ ହଜାର ଅସହାୟ, ଗରିବଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରାଯିବାକୁ ଯୋଜନା ରହିଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri