ଅସହାୟଙ୍କୁ ବିଏମ୍‌ସିର ରାଶନ ବଣ୍ଟନ

ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ ସହରରେ ଜୀବନ ଜୀବିକା ପ୍ରଭାବିତ ଯୋଗୁ ଅସହାୟ, ଅନାହାରରେ ଦିନ କାଟୁଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ ଯୋଗାଇବା ନେଇ ବିଏମ୍‌ସି ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ସହରର ବିଭିନ୍ନ ବସ୍ତିଅଞ୍ଚଳ ସମେତ ସହରର ବିଭିନ୍ନ ସ୍ଥାନରେ ବାହାରୁ ଆସି ଅଟକି ରହିଥିବା ଅସହାୟଙ୍କୁ ରାଶନ ସାମଗ୍ରୀ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ରହ୍ମପୁର ବିଭିନ୍ନ ବ୍ୟବସାୟୀକ ସଂଗଠନ ଓ ସାମାଜିକ ସଂଗଠନ ସହଯୋଗରେ ବିଏମ୍‌ସି ପକ୍ଷରୁ ବିଭିନ୍ନ ବସ୍ତି ଅଞ୍ଚଳରେ ଥିବା ଗରିବ ପରିବାରଙ୍କୁ ୧୦ ଦିନର ରାଶନ ସାମଗ୍ରୀ ବଣ୍ଟନ ନେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମଙ୍ଗଳବାର ଲେପ୍ରୋସି କଲୋନୀରେ ଥିବା ୨୫୦ ପରିବାରଙ୍କୁ ୧୦ ଦିନ ପାଇଁ ଚାଉଳ, ଡାଲି, ତେଲ, ଅଟା ଓ ସୁଜି ଆଦି ରାଶନ ସାମଗ୍ରୀ ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟ ଅବଧି ମଧ୍ୟରେ ୪୦ ହଜାର ଅସହାୟ, ଗରିବଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରାଯିବାକୁ ଯୋଜନା ରହିଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri