ଅସହାୟଙ୍କୁ ସହାୟତାର ହାତ ବଢ଼ାଇଲା ସମୁତ୍କର୍ଷ

ବଳଙ୍ଗା, ୧୯ା୫(ଡି.ଏନ୍‌.ଏ.)-ପ୍ରଳଙ୍କରୀ ବାତ୍ୟା ଫନୀରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପୁରୀ ଜିଲା। ବାତ୍ୟାରେ ନିଜର ସର୍ବସ୍ବ ହରାଇ ବେସାହାରା ହୋଇପଡ଼ିଛନ୍ତି ଲକ୍ଷ ଲକ୍ଷ ଲୋକ। ବାତ୍ୟାକୁ ୧୬ଦିନ ବିତିଥିଲେ ବି ଅନେକଙ୍କ ପାଖରେ କୌଣସି ସରକାରୀ ସହାୟତା ପହଞ୍ଚତ୍ ପାରିନାହିଁ। ଲୋକଙ୍କ ଏପରି ଦୁର୍ଦ୍ଦିନରେ ସହାୟତାର ହାତ ବଢ଼ାଇଛନ୍ତି ଭୁବନେଶ୍ୱରର କେତେଜଣ ଉତ୍ସାହୀ ଯୁବକ। ସମୁତ୍କର୍ଷ ନାମରେ ପରିଚିତ ଏହି ସଂଗଠନର କର୍ମକର୍ତ୍ତାମାନେ ନିମାପଡ଼ା ବ୍ଲକର ବଳଙ୍ଗା ଥାନା ଅନ୍ତର୍ଗତ କୋହ୍ଲଣ ଓ ଚକ୍ରକୁଦରେ ଶନିବାର ପହଞ୍ଚତ୍ ବିପନ୍ନମାନଙ୍କୁ ସପ ଓ ମଶାରି ବାଣ୍ଟିଥିଲେ। ବାତ୍ୟା ପରେ ସରକାରୀ ସହାୟତାକୁ ଚାହିଁ ବସିଥିବା ବିପନ୍ନ ପରିବାର ଏହାକୁ ପାଇ ସନ୍ତୋଷ ପ୍ରକାଶ କରିବା ସହ ଯୁବକମାନଙ୍କୁ ଆଶୀର୍ବାଦ କରିଥିଲେ। ଯୁବକମାନେ ନିଜ ଖର୍ଚ୍ଚରେ ପ୍ରାୟ ୧୦୦ଟି ପରିବାରଙ୍କ ପାଇଁ ଆବଶ୍ୟକ ସାମଗ୍ରୀ ସଂଗ୍ରହ କରିଥିଲେ। କେବଳ ସେଠି ନୁହେଁ ବାତ୍ୟା ପରେ ଏହି ସଂଗଠନର କର୍ମକର୍ତ୍ତାମାନେ ଭୁବନେଶ୍ୱରରେ ମଧ୍ୟ ସେବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ ଦେବୀପ୍ରସାଦ ମହାପାତ୍ର, ସତ୍ୟଜିତ୍‌ ବିଶ୍ୱାଳ, ସଚ୍ଚିଦାନନ୍ଦ ଦାଶ, ଶିବାନନ୍ଦ ଦଳାଇ, ଶିବନାରାୟଣ ଦାଶ, ହରେକୃଷ୍ଣ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri