ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

କୋକସରା, ୧୩।୬ (ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତର ଭିର୍କାପଡାରେ ରହୁଥିବା ବୃଦ୍ଧ ଡମ୍ବରୁଧର ସେଠୀ ଦମ୍ପତି ଅତି ଅସହାୟ ସ୍ଥିତିରେ ଭଙ୍ଗା ଦଦରା କୁଡ଼ିଆରେ ରହୁଥିବା ବେଳେ ଆହା କରିବାକୁ କେହି ନାହାଁନ୍ତି । ବଳ ବୟସ ଥିବା ସମୟରେ ସେ ନିଜର କୌଳିକ ବୃତ୍ତି କରି ପେଟପଟଣା କରି ଚଳି ଯାଉଥିଲେ । ଗତ ୨ ମାସ ହେବ ଡମ୍ବରୁଙ୍କ ସ୍ବାସ୍ଥ୍ୟ ଖରାପ ହେବା ସହ ସେ ଶଯ୍ୟାଶାୟୀ ହୋଇ ପଡିରହିଲେ । ତାଙ୍କ ସ୍ତ୍ରୀ ପାଖ ପଡ଼ୋଶୀଙ୍କ ଠାରୁ ମାଗି ଯାଚି ଚଳୁଥିଲେ। କିଛି ଦିନ ତଳେ ଡମ୍ବରୁଙ୍କ ଅସହାୟତାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଉକ୍ତ ଅସହାୟ ଦମ୍ପତିଙ୍କ ଉପରେ ପ୍ରଶାସନର ଦୃଷ୍ଟି ପଡିଥିଲା। କୋକସରା ବିଡ଼ିଓ ମନୀଷା ଦାସ ଏକ ମେଡ଼ିକାଲ ଟିମ୍‌ ପଠାଇ ଡମ୍ବରୁଙ୍କ ଚିକିତ୍ସା ପାଇଁ ଭବାନୀପାଟଣାକୁ ପଠାଇଥିଲେ। କୋକସରା ବ୍ଲକ ପ୍ରଶାସନର ନିର୍ଦେଶ କ୍ରମେ ଲଡୁଗାଁ ସରପଞ୍ଚ କହ୍ନେଇ ଚରଣ ଦାସ ଶନିବାର ଡମ୍ବରୁଙ୍କ ଘରେ ପହଞ୍ଚତ୍ ତିନି ମାସର ଭତ୍ତା ବାବଦକୁ ୧୫୦୦ ଟଙ୍କା ଦେବା ସହିତ ଆବାସ ଯୋଜନାରେ ଘର ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri