ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

କୋକସରା, ୧୩।୬ (ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତର ଭିର୍କାପଡାରେ ରହୁଥିବା ବୃଦ୍ଧ ଡମ୍ବରୁଧର ସେଠୀ ଦମ୍ପତି ଅତି ଅସହାୟ ସ୍ଥିତିରେ ଭଙ୍ଗା ଦଦରା କୁଡ଼ିଆରେ ରହୁଥିବା ବେଳେ ଆହା କରିବାକୁ କେହି ନାହାଁନ୍ତି । ବଳ ବୟସ ଥିବା ସମୟରେ ସେ ନିଜର କୌଳିକ ବୃତ୍ତି କରି ପେଟପଟଣା କରି ଚଳି ଯାଉଥିଲେ । ଗତ ୨ ମାସ ହେବ ଡମ୍ବରୁଙ୍କ ସ୍ବାସ୍ଥ୍ୟ ଖରାପ ହେବା ସହ ସେ ଶଯ୍ୟାଶାୟୀ ହୋଇ ପଡିରହିଲେ । ତାଙ୍କ ସ୍ତ୍ରୀ ପାଖ ପଡ଼ୋଶୀଙ୍କ ଠାରୁ ମାଗି ଯାଚି ଚଳୁଥିଲେ। କିଛି ଦିନ ତଳେ ଡମ୍ବରୁଙ୍କ ଅସହାୟତାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଉକ୍ତ ଅସହାୟ ଦମ୍ପତିଙ୍କ ଉପରେ ପ୍ରଶାସନର ଦୃଷ୍ଟି ପଡିଥିଲା। କୋକସରା ବିଡ଼ିଓ ମନୀଷା ଦାସ ଏକ ମେଡ଼ିକାଲ ଟିମ୍‌ ପଠାଇ ଡମ୍ବରୁଙ୍କ ଚିକିତ୍ସା ପାଇଁ ଭବାନୀପାଟଣାକୁ ପଠାଇଥିଲେ। କୋକସରା ବ୍ଲକ ପ୍ରଶାସନର ନିର୍ଦେଶ କ୍ରମେ ଲଡୁଗାଁ ସରପଞ୍ଚ କହ୍ନେଇ ଚରଣ ଦାସ ଶନିବାର ଡମ୍ବରୁଙ୍କ ଘରେ ପହଞ୍ଚତ୍ ତିନି ମାସର ଭତ୍ତା ବାବଦକୁ ୧୫୦୦ ଟଙ୍କା ଦେବା ସହିତ ଆବାସ ଯୋଜନାରେ ଘର ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri