ଅସହାୟ ମା’,ଝିଅଙ୍କୁ ସହାୟତାର ହାତ ବଢ଼ାଇଲେ ତହସିଲଦାର

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ପଞ୍ଚାୟତର ପଠାଣ ମହାଲାରେ ରହୁଥିବା ମା’ ୱାହେଦା ପରବିନ୍‌ ଓ ତାଙ୍କ ୧୨ବର୍ଷର ଝିଅଙ୍କୁ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ସହାୟତାରେ ବଢାଇଛନ୍ତି। ଏହି ମା’ଝିଅ ଗତ କିଛିଦିନ ହେଲା ଅର୍ଥାଭାବରୁ ରନ୍ଧାଖାଦ୍ୟ ଖାଇ ନ ଥିଲେ। ଏପରି କି ଶୁଖିଲା ଖାଦ୍ୟ ବି ସେମାନଙ୍କୁ ମିଳି ନ ଥିଲା। ବିନା ଖାଦ୍ୟରେ ସେମାନେ ଜୀବନ ବିତାଉଥିବାନେଇ ଧରି ଗଣମାଧ୍ୟମରେ ପ୍ରକାଶ ପାଇବାପରେ ମଙ୍ଗଳବାର ରାତିରେ ତହସିଲଦାର ଉକ୍ତ ପରିବାର ନିକଟରେ ପହଞ୍ଚତ୍ ଥିଲେ। ୱାହେଦାଙ୍କ ଘରର ସ୍ଥିତି ପରଖି ଥିଲେ । ସେ ଏକ ଭଙ୍ଗା କୁଡିଆ ଘରେ ବାସ କରୁଥିବା ଦେଖିଥିଲେ । ଘର ଭିତରେ ବର୍ଷାପାଣି ଓଦା ହୋଇଯାଇଥିଲା । ଘର ଭିତରେ ଗୃହପାଳିତ ପଶୁ ଛେଳି ଓ କୁକୁଡାଙ୍କ ସହ ଏକାଠି ମା’,ଝିଅ ରହୁଥିବା ସ୍ଥିତିକୁ ତହସିଲଦାର ବେଶ୍‌ ଅନୁଭବ କରିବା ସହ ଉକ୍ତ ପରିବାରକୁ ଏକ ପଲିଥିନ, ରାଶନ ସାମଗ୍ରୀ ଓ ନିଜସ୍ବ ତରଫରୁ ୧ହଜାର ଟଙ୍କା ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। ଉକ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ସରକାରୀ ଆବାସ ମିଳିଛି ା ଉକ୍ତ ଘର ନିର୍ମାଣ କାର୍ଯ୍ୟ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ନିର୍ମାଣ ସରିଥିବା ଅଂଶ ପାଇଁ ବ୍ଲକ ତରଫରୁ ବିଲ୍‌ ମିଳି ନ ଥିବାରୁ ଏହାର ତୁରନ୍ତ ସାମଧାନ ପ୍ରତି ଗୁରୁତ୍ୱ ପ୍ରଦାନ କରିବେ ବୋଲି ତହସିଲଦାର ପ୍ରତିଶ୍ରୁତି ପ୍ରଦାନ କରିଥିଲେ। ଏଥି ପୂର୍ବରୁ ସୋମବାର ସମାଜସେବିକା ଅହଲ୍ୟା ମଣ୍ଡଳ ଉକ୍ତ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବା ସହ ରାଶନ ସାମଗ୍ରୀ ପ୍ରଦାନ କରିଥିଲେ। ଏ ସମ୍ପର୍କରେ ତହସିଲଦାର ଭୁଜବଳଙ୍କୁ ପଚାରିବାରୁ କ୍ଷେତ୍ର ପରିଦର୍ଶନ କରି ମା’,ଝିଅଙ୍କ ବାସ୍ତବ ସ୍ଥିତି ସମ୍ପର୍କରେ ଅବଗତ ହୋଇଥିବା ପ୍ରକାଶ କରିବା ସହ ଉକ୍ତ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେବାକୁ ସେ ପ୍ରୟାସ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri