Posted inଜାତୀୟ

ଅସହିଷ୍ଣୁତା ଏବଂ ଭିଡ଼ହିଂସା ସମାଜ ଓ ରାଜନୀତି ପାଇଁ ଘାତକ ସାଜିଛି: ମନମୋହନ ସିଂ

ନୂଆଦିଲ୍ଲୀ,୨୦।୮: ଦେଶରେ ସମ୍ପ୍ରତି ଅସହିଷ୍ଣୁତା, ସାମ୍ପ୍ରଦାୟିକ ଭେଦଭାବ ଏବଂ ଭିଡ଼ହିଂସା ଭଳି ଘଟଣା ବଢ଼ିଚାଲିଛି। ଏହା ସମାଜ ଓ ରାଜନୀତି ଉଭୟ ପାଇଁ ଘାତକ ସାଜିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କଂଗ୍ରେସର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଯୋଗଦେଇ ଏହା କହିଛନ୍ତି। ଏକ୍ଷେତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ନେଇ ମନମୋହନ କ୍ଷୋଭ ପ୍ରକାଶ କରିଛନ୍ତି। ରାଜୀବ ଗାନ୍ଧୀ ଶାନ୍ତି, ଏକତା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବକୁ ଗୁୁରୁତ୍ୱ ଦେଉଥିବା ସେ କହିଛନ୍ତି। ତେଣୁ ସମାଜରେ ପରସ୍ପର ମଧ୍ୟରେ ଘୃଣା ଏବଂ ଭେଦଭାବ ସୃଷ୍ଟି କରୁଥିବା କାର୍ଯ୍ୟଠାରୁ ଦୂରେଇ ରହିବା ଅପରିହାର୍ଯ୍ୟ ବୋଲି ସେ କହିଛନ୍ତି। ଭାରତ ଅବିଭାଜ୍ୟ ଏବଂ ଧର୍ମନିରପେକ୍ଷତା ହେଉଛି ଏହାର ମୂଳ ଆଧାର। ତେବେ କିଛି ବାହ୍ୟ ଏବଂ ଆଭ୍ୟନ୍ତରୀଣ ବିଦ୍ୱେଷ ସୃଷ୍ଟିକାରୀ ଶକ୍ତି ଦେଶର ମୂଳ ଅଧାରକୁ ଦୋହଲାଇବାର ଅପପ୍ରୟାସ କରୁଥିବା ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri