ଅସହ୍ୟ ତାତି, ଖାଁ ଖାଁ ଭଦ୍ରକ ସହର

ଭଦ୍ରକ ଅଫିସ, ୨୯ ।୪
ଏବେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ସକାଳ ୧୦ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଅସହ୍ୟ ତାତି ଯୋଗୁ ମଧ୍ୟାହ୍ନରେ ଭଦ୍ରକ ସହର ଖଁା ଖାଁ ଲାଗୁଛି। ଦୋକାନ ବଜାର ବନ୍ଦ ହୋଇଯିବା ସହ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଭଦ୍ରକ ସହରର ସବୁବେଳେ ଜନଗହଳି ରହୁଥିବା ବନ୍ତ ଛକ ତାତି ଯୋଗୁ ଜନଶୂନ୍ୟ ହେଉଥିବା ଦେଖିବାକୁ ମିଳିଛି। ଖରାରୁ ରକ୍ଷା ପାଇବା ପାଇଁ ୧୬ ନଂ. ଜାତୀୟ ରାଜପଥର ବନ୍ତ ଛକ ଓଭରବ୍ରିଜ ଲୋକଙ୍କ ବିଶ୍ରାମସ୍ଥଳୀ ପାଲଟିଛି। ଖରା ବେଳେ ସହରର ସବୁ ସ୍ଥାନ ଶୂନ୍‌ଶାନ୍‌ ଥିବାବେଳେ ଏହି ଓଭରବ୍ରିଜ୍‌ ତଳେ ବାଇକ୍‌ ଚାଳକ, ଟ୍ରଲି ଚାଳକ ଓ ବସ୍‌କୁ ଅପେକ୍ଷା କରୁଥିବା ଯାତ୍ରୀମାନେ ବିଶ୍ରାମ ନେଉଛନ୍ତିି।
ସ୍ବାସ୍ଥ୍ୟସେବା ଓ ବ୍ୟବସାୟିକ ଦୃଷ୍ଟିକୋଣରୁ ଜିଲା ସମେତ ପଡ଼ୋଶୀ ବାଲେଶ୍ୱର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲାର ଅଧିକାଂଶ ଲୋକେ ଦୈନିକ ଭଦ୍ରକ ଆସିଥାନ୍ତି। ଅନେକ ଦିନ ଧରି ବଷର୍ର୍ା ହୋଇ ନ ଥିବାବେଳେ କିଛିଦିନ ହେଲା ତାପମାତ୍ରା ବୃଦ୍ଧି ଯୋଗୁ ତାତି ବଢ଼ି ଚାଲିଛି। ପୂର୍ବାହ୍ନ ୧୦ଟା ପରେ ନିଅଁା ବର୍ଷା ହେବା ପରି ଅନୁଭବ ହେଉଛି। ଲୋକଙ୍କ ଯାତାୟାତ କମ୍‌ ହୋଇଥିବାରୁ ବ୍ୟବସାୟୀଙ୍କ ବେପାର ମଧ୍ୟ ମାନ୍ଦା ହେଉଛି। ତେବେ ଲସି ଓ ଲେମ୍ବୁ ସର୍‌ବତ ଦୋକାନ ପାଖରେ ଲୋକଙ୍କ ଭିଡ଼ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri