ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ପ୍ରାଣୀ ସହାୟକ କେନ୍ଦ୍ର :୪ ବର୍ଷ ଧରି ତାଲା ପଡିଛି କାର୍ଯ୍ୟାଳୟ

ଗଣିଆ,୨୮ା୧୧(ଡି.ଏନ.ଏ.): ଗଣିଆ ବ୍ଲକ ଛାମୁଣ୍ଡିଆଠାରେ ଥିବା ପ୍ରାଣୀ ସହାୟକ କେନ୍ଦ୍ରରେ ଗତ ୪ବର୍ଷ ଧରି କୌଣସି କର୍ମଚାରୀ ରହୁ ନ ଥିବା ଦେଖାଯାଇଛି। ପ୍ରାଣୀ ସହାୟକ କେନ୍ଦ୍ର ସହ ଏଠାରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ରହଣି ପାଇଁ ବାସଭବନ ନିର୍ମାଣ କରାଯାଇଛି। ହେଲେ ଗୃହ ନିର୍ମାଣ ପରଠାରୁ କର୍ମଚାରୀ ଜଣକ ରହିବା ତ ଦୂରର କଥା, ଦିନେହେଲେ ବି ଅଫିସ ଖୋଲାଯାଉ ନ ଥିବା ଅଭିଯୋଗ ହେଉଛି। ଏପରି କି ଏହି ସହାୟକ କେନ୍ଦ୍ର ଓ ବାସଭବନ ମରାମତି ଏବଂ ରଙ୍ଗ କରିବା ପାଇଁ ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ସରକାରୀ ଅର୍ଥ ଖର୍ଚ୍ଚ କରାଯାଉଛି। ସମ୍ପୃକ୍ତ ପ୍ରାଣୀଧନ ନିରୀକ୍ଷକ ଅଫିସ ଖୋଲୁ ନ ଥିବାବେଳେ ନିଜେ ରହୁ ନ ଥିବାରୁ ପ୍ରାଣୀ ସହାୟକ କେନ୍ଦ୍ରଟି ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବୁଲା ଗୋରୁଙ୍କର ମଧ୍ୟ ଏହା ଆଶ୍ରୟସ୍ଥଳୀ ପାଲଟିଛି। ସମ୍ପୃକ୍ତ ବ୍ୟକ୍ତିମାନେ ପ୍ରତ୍ୟହ ଏହା ପରିସରରେ ମାଦକ ଦ୍ରବ୍ୟ ସେବନ କରିବା ସହ ତାସ୍‌ ଖେଳୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହି ପ୍ରାଣୀ ସହାୟକ କେନ୍ଦ୍ର ଉପରେ ଛାମୁଣ୍ଡିଆ ଓ ବଡଶିଲିଙ୍ଗା ପଞ୍ଚାୟତର ଲୋକମାନେ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା ପାଇଁ ନିର୍ଭର କରିଥାନ୍ତି। ବିଶେଷକରି ଚଳିତ ଋତୁରେ ବିଭିନ୍ନ ଗୃହପାଳିତ ପ୍ରାଣୀ ଫାଟୁଆ, ବଜବଜିଆ ପରି ରୋଗର ଶିକାର ହେଉଥିଲେ ହେଁ କର୍ମଚାରୀଙ୍କ ଦେଖା ମିଳୁ ନ ଥିବା ଯୋଗୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ପ୍ରାଣୀ ସମ୍ପଦର ବିକାଶ ପାଇଁ ସରକାରଙ୍କ ପକ୍ଷରୁ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇ ଦରମା ବାବଦରେ ବହୁ ଅର୍ଥ ବ୍ୟୟ କରାଯାଉଛି। କିନ୍ତୁ ସ୍ଥାନୀୟ ଲୋକେ ଏଥିରୁ ଉପକୃତ ହୋଇପାରୁ ନ ଥିବାରୁ ନିଯୁକ୍ତି ଓ ଅର୍ଥବ୍ୟୟ କାହାପାଇଁ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ସରକାରଙ୍କ ୫-ଟିକୁ ନେଇ ସବୁଆଡେ ଚର୍ଚ୍ଚା ହେଉଥିବାବେଳେ ଏହାର ପ୍ରଭାବ କିଭଳି ପଡୁଛି ତାହା ଦେଖିବାକୁ ବାକି ରହିଛି। ଏ ନେଇ ସ୍ଥାନୀୟ ଲୋକେ ଜିଲାପାଳ ଓ ଜିଲା ପ୍ରାଣୀଧନ ଚିକିତ୍ସାଧିକାରୀଙ୍କୁ ଅବଗତ କରାଇବେ ବୋଲି ଛାମୁଣ୍ଡିଆ ଗ୍ରାମର ଅଚ୍ୟୁତ ଦଳେଇ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଗଣିଆ ପ୍ରାଣୀଧନ ଚିକିତ୍ସାଧିକାରୀ ନିଗମାନନ୍ଦ ପାଢୀଙ୍କୁ ପଚାରିବାରୁ ସେ କହିଥିଲେ, ସମ୍ପୃକ୍ତ ପ୍ରାଣୀଧନ ନିରୀକ୍ଷକଙ୍କୁ ଛାମୁଣ୍ଡିଆରେ ରହି ଡ୍ୟୁଟି କରିବା ପାଇଁ ତାଗିଦ୍‌ କରାଯାଇଛି। ଏଥିରେ ଖିଲାପ କଲେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri