ଅସୁରକ୍ଷିତ ଶ୍ରମିକଙ୍କୁ ସହାୟତା

ବରଗଡ଼ ଅଫିସ୍‌,୨୪।୪: ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କୁତ୍ରାମାଲ ଏବଂ ବରପାଲି ଗ୍ରାମର ୧୨ଜଣ ଦାଦନ ଶ୍ରମିକ ଇଟା ଗଢ଼ିବାକୁ ଯାଇ ପୁରୀ ଜିଲା ଗୋପ ବ୍ଲକର ଅଚ୍ୟୁତପୁର ଗ୍ରାମରେ ଅସୁରକ୍ଷିତ ଜାଗାରେ ରହୁୁଥିଲେ । ଲକ୍‌ ଡାଉନ୍‌ ଯୋଗୁ କାମ ବନ୍ଦ ପଡ଼ିଥିବାରୁ ସେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏପରିକି ଇଟାଭାଟି ମାଲିକ ତାଙ୍କର ବକେୟା ପାଉଣା ମଧ୍ୟ ଦେଉ ନ ଥିବା ଅଭିଯୋଗ ହୋଇଥିଲା। ଏ ନେଇ ଫୋନ ମାଧ୍ୟମରେ ଜଣେ ଶ୍ରମିକ ବରଗଡ଼ ଜିଲା ବିଜେପୁର ବ୍ଲକର ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କ ଜଣାଇଥିଲେ। ପରେ ସାମାଜିକ କର୍ମୀ ସାହୁ ତୁରନ୍ତ ତାଙ୍କୁ ସରକାରୀସ୍ତରରେ ଥଇଥାନ ଏବଂ ରାଶନ ସହାୟତା ପ୍ରଦାନ କରିବାକୁ ସୋସିଆଲ ମିଡ଼ିଆ ମାଧ୍ୟମରେ ପୁରୀ ଜିଲା ପ୍ରଶାସନକୁ ଅନୁରୋଧ କରିଥିଲେ । ଫଳସ୍ବରୂପ ପୁରୀ ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ସେଠାକାର ସରପଞ୍ଚ ଶ୍ରମିକଙ୍କ ପାଖକୁ ଯାଇ ଇଟାଭାଟି ମାଲିକଙ୍କୁ ତାଗିଦ୍‌ କରି ସନ୍ଧ୍ୟା ସୁଦ୍ଧା ପାଉଣା ଦେବାକୁ କହିଥିଲେ । ଏହା ସଙ୍ଗେ ସଙ୍ଗେ ଶ୍ରମିକଙ୍କୁ ଗୋଟିଏ ପ୍ୟାକେଟ ଚାଉଳ ସହିତ ୨ହଜାର ଟଙ୍କା ପ୍ରଦାନ କରିଥିଲେ । ଉକ୍ତ ଶ୍ରମିକମାନଙ୍କୁ ସେଠାକାର ପଞ୍ଚାୟତ କାର୍ଯ୍ୟାଳୟରେ ଆଶ୍ରୟ ଦିଆଯାଇଥିବା ସୂଚନା ମିଳିଛି । ଏହିସବୁ ସହାୟତା ପାଇବା ପରେ ଶ୍ରମିକମାନେ ସାମାଜିକ କର୍ମୀ ସାହୁଙ୍କ ଫୋନ ଯୋଗେ ଧନ୍ୟବାଦ ଜଣାଇବା ସହିତ ଲକ୍‌ ଡାଉନ୍‌ ପରେ ଘରକୁ ନେବା ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିଲେ । ସରକାରୀ ପୋର୍ଟାଲରେ ପଞ୍ଜୀକରଣ ପାଇଁ ସାହୁ ସେହି ଶ୍ରମିକଙ୍କୁ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri