ଅସୁରକ୍ଷିତ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା, ୨୧।୫(ଡି.ଏନ.ଏ.)

ଲୋକଙ୍କୁ ମାଗଣାରେ ଜରୁରିକାଳୀନ ସେବା ଯୋଗାଇବାକୁ ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନା। ଏଥିପାଇଁ ଖର୍ଚ୍ଚ ହେଉଛି ବହୁ ଅର୍ଥ। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କ କାର୍ଯ୍ୟରେ ଆସୁ ନ ଥିବା ଅଭିଯୋଗ ହେଉଛି। ଏପରି କି ବେଳେ ବେଳେ ଦଦରା ଗାଡ଼ିରେ ବିପଦପୂର୍ଣ୍ଣ ଅବସ୍ଥାରେ ରୋଗୀଙ୍କୁ ଡାକ୍ତରଖାନା ନିଆଯାଉଥିବା ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ରୋଗୀଙ୍କୁ ଜରୁରିକାଳୀନ ସେବା ଯୋଗାଇବାକୁ ୧୦୮ ଆମ୍ବୁଲାନ୍ସ ପ୍ରଚଳନ କରାଯାଇଥିଲେ ହେଁ ଧୀରେ ଧୀରେ ଏହା ଲୋକଙ୍କ ଆସ୍ଥା ହରାଉଛି। ଭଙ୍ଗାରୁଜା ଅବସ୍ଥାରେ ମଧ୍ୟ ଏଥିରେ ରୋଗୀଙ୍କୁ ନିଆଯାଉଛି। ଶନିବାର ବଇଣ୍ଡାଠାରେ ଥିବା ଏକ ଦଦରା ୧୦୮ ଆମ୍ବୁଲାନ୍ସରେ ହଣ୍ଡପା ଅଞ୍ଚଳରୁ ଜଣେ ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଉଥିବାବେଳେ ଗାଡ଼ିର ଅବସ୍ଥା ଦେଖି ସମ୍ପର୍କୀୟମାନେ ଅନ୍ୟ ଏକ ଘରୋଇ ଗାଡ଼ିରେ ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଦୀର୍ଘ ୬ ମାସ ହେବ ଉକ୍ତ ଆମ୍ବୁଲାନ୍ସର ଏସି, ଫ୍ୟାନ, ସାଇଡ କାଚ ଆଦି ଖରାପ ହୋଇଯାଇଥିଲେ ବି ମରାମତି କରାଯାଉନାହିଁ। ସେହିପରି ବର୍ଷା ହେଲେ ଉକ୍ତ ଆମ୍ବୁଲାନ୍ସରେ ପାଣି ପଶିଯାଉଛି। ଫଳରେ ସେଥିରେ ରୋଗୀଙ୍କୁ ପରିବହନ କରିବା ସମ୍ଭବ ହେଉନାହିଁ। ଏଥିଯୋଗୁ ଅନେକ ସମୟରେ ସାଧାରଣ ଲୋକେ ହଇରାଣ ହରକତ ହେଉଛନ୍ତି। ବର୍ଷା ଜଳ ଆମ୍ବୁଲାନ୍ସ ଭିତରେ ପଶିଯାଉଥିବାରୁ ବ୍ୟାପକ ଯନ୍ତ୍ରାଂଶ ଅଚଳ ହୋଇଯାଉଛି। ଏ ନେଇ ବଇଣ୍ଡା ନାଗରିକ ମଞ୍ଚ ପକ୍ଷରୁ ବାରମ୍ବାର ଜିଲାପାଳଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ଦିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ଆମ୍ବୁଲାନ୍ସ ମରାମତି କରିବାକୁ ବଇଣ୍ଡା ଗ୍ରାମର ଭଗବାନ ଘିଓ୍ବାଲା, ଗ୍ରାମ ସଭାପତି ଚିନ୍ତାମଣି ପ୍ରଧାନ, ଅଭିରାମ ସାହୁ, ରାଜେନ୍ଦ୍ର ସାହୁ, ରମାକାନ୍ତ ବେହେରା, ସଞ୍ଜୟ ସାହୁ, ପ୍ରଣୟ ଦେହୁରି ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri