ଅସୁର କୁମାରୀ ପୀଠରେ ଚାରାରୋପଣ

ରଣପୁର,୮ା୭(ସ୍ବ.ପ୍ର.): ବନ ମହୋତ୍ସବ ସପ୍ତାହର ଶେଷ ଦିବସରେ ନୟାଗଡ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପଞ୍ଚାୟତସ୍ଥ ମା’ ଅସୁର କୁମାରୀ ପୀଠରେ ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ସୂଚନା ଅଧିକାର କର୍ମୀ ଦିଲୀପ କୁମାର ସାମନ୍ତରାୟଙ୍କ ନେତ୍‌ୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ରଣପୁର ବନ ବିଭାଗ ତରଫରୁ ପ୍ରାୟ ୧୦୦ ଆକାଶିଆ, ପଟାସିଆ, ଅଁଳା, ଜାମୁ, ଶାଗୁଆନ ଭଳି ବିଭିନ୍ନ ଚାରା ଯୋଗାଇ ଦିଆଯାଇଥିଲା । ସ୍ଥାନୀୟ ଏକ କୋଚିଂ ସେଣ୍ଟର ଓ ବଜ୍ରକୋଟ ଗ୍ରାମର ଛାତ୍ରୀଛାତ୍ର ଏବଂ କେତେଜଣ ଯୁବକ ଏହି କାର୍ଯ୍ୟରେ ସାମିଲ ହୋଇଥିଲେ । ଆଇନଜୀବୀ ରାଜୀବ ଲୋଚନ ପ୍ରଧାନ, ସୂଚନା ଅଧିକାରୀ କର୍ମୀ ଶାନ୍ତନୁ ସାହୁ, ସ୍ନେକ ହେଲ୍ପ ଲାଇନ ସଦସ୍ୟ ଅଜୟ କୁମାର ଦାସ, ଶିକ୍ଷକ ସୁଶୀଲ କୁମାର ରଣା, ଜୟେନ୍ଦ୍ର ବେହେରା, ଶିକ୍ଷଜ ଅଜୟ କୁମାର ପ୍ରଧାନ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଥିଲେ । ଏହି ଅବସରରେ ‘ବୃକ୍ଷ ହିଁ ଜୀବନ’ ଶୀର୍ଷକ ଆଲୋଚନା କରାଯାଇଥିଲା । ସମସ୍ତେ ଗୋଟିଏ ଲେଖାଏ ଗଛ ଲଗାଇ ତାହାର ଉପଯୁକ୍ତ ଯତ୍ନ ନେବେ ବୋଲି  ଶପଥ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା...

ଅଙ୍କ ଛିଣ୍ଡୁନି ନା ବିଦ୍ରୋହର ସ୍ବରକୁ ଡର

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ୱର ଲୋକ ସଭା ନିର୍ବାଚନ ପାଇଁ ମେ’୨୫ ତାରିଖରେ ମତଦାନ ହେବ। ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି...

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri