ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ

ଅସ୍ତରଙ୍ଗ,୬।୩(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍‌, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍‌ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛନ୍ତି। ବେଳାଭୂମି ଅଞ୍ଚଳରେ ମୃତ ତିମି ଦେଖିବାକୁ ଭିଡ ଜମିଛି। ବିରାଟକାୟ ଏହି ତିମିର ସମ୍ପୂର୍ଣ୍ଣ ଅଂଶ ପଚିଯାଇଥିବା ବେଳେ ଅସ୍ତରଙ୍ଗ ପ୍ରାଣୀ ସମ୍ପଦ ବିଭାଗ ଅଧିକାରୀ ସେଠାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବାକୁ ମୃତ ତିମିର ସାମ୍ପୁଲ(ନମୁନା) ସଂଗ୍ରହ କରିଥିଲେ।

ସୂଚନାମୁତାବକ, ସକାଳେ ପୀରଜାହାନିଆ ନିକଟସ୍ଥ ଗୁଣ୍ଡଳବା ଗାଁର ସମୁଦ୍ରକୂଳରେ ମୃତ ତିମିଟି ଲାଗିଥିଲା। ସ୍ଥାନୀୟ ଲୋକେ ସମୁଦ୍ରକୂଳକୁ ଯାଇଥିବା ବେଳେ ଏହି ଦୃଶ୍ୟ ଦେଖି ବନବିଭାଗକୁ ସୂଚନା ଦେଇଥିଲେ। ଖବର ପାଇ ରେଞ୍ଜର ହ୍ୟୁମେନ ନାୟକ ଏକ ଟିମ୍‌ ନେଇ ଘଟଣାସ୍ଥଳରେ ପହଞ୍ଚି ମୃତ ତିମିକୁ ପାଣିରୁ ଉଦ୍ଧାର କରିଥିଲେ। ଏଥିସହ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଟିମ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଚଳାଇଛି। ପ୍ରାଣୀ ବିଭାଗ ମୃତ ତିମିର ଅଂଶବିଶେଷର ନମୁନା ସଂଗ୍ରହକରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ବନବିଭାଗ ତରଫରୁ ସମୁଦ୍ର ବାଲିରେ ମୃତ ତିମିକୁ ପୋତି ଦେବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ଥାନୀୟ ପରିବେଶବିତ୍‌ ଶୋଭାକର ବେହେରା କୁହନ୍ତି, ବହୁଦିନ ତଳୁ ଏହି ତିମି ମୃତ୍ୟୁବରଣ କରିଥିବାରୁ ତା’ର ସମ୍ପୂର୍ଣ୍ଣ ଶରୀର ପଚିଯାଇଛି, ଯାହାର ଓଜନ ପ୍ରାୟ ୧୫ ଟନ୍‌ ଓ ଲମ୍ବ ୪୦ ରୁ ୪୫ ଫୁଟ ହେବ ବୋଲି ସେ ସୂଚନା ଦେଇଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri