ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ

ଅସ୍ତରଙ୍ଗ,୬।୩(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍‌, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍‌ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛନ୍ତି। ବେଳାଭୂମି ଅଞ୍ଚଳରେ ମୃତ ତିମି ଦେଖିବାକୁ ଭିଡ ଜମିଛି। ବିରାଟକାୟ ଏହି ତିମିର ସମ୍ପୂର୍ଣ୍ଣ ଅଂଶ ପଚିଯାଇଥିବା ବେଳେ ଅସ୍ତରଙ୍ଗ ପ୍ରାଣୀ ସମ୍ପଦ ବିଭାଗ ଅଧିକାରୀ ସେଠାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବାକୁ ମୃତ ତିମିର ସାମ୍ପୁଲ(ନମୁନା) ସଂଗ୍ରହ କରିଥିଲେ।

ସୂଚନାମୁତାବକ, ସକାଳେ ପୀରଜାହାନିଆ ନିକଟସ୍ଥ ଗୁଣ୍ଡଳବା ଗାଁର ସମୁଦ୍ରକୂଳରେ ମୃତ ତିମିଟି ଲାଗିଥିଲା। ସ୍ଥାନୀୟ ଲୋକେ ସମୁଦ୍ରକୂଳକୁ ଯାଇଥିବା ବେଳେ ଏହି ଦୃଶ୍ୟ ଦେଖି ବନବିଭାଗକୁ ସୂଚନା ଦେଇଥିଲେ। ଖବର ପାଇ ରେଞ୍ଜର ହ୍ୟୁମେନ ନାୟକ ଏକ ଟିମ୍‌ ନେଇ ଘଟଣାସ୍ଥଳରେ ପହଞ୍ଚି ମୃତ ତିମିକୁ ପାଣିରୁ ଉଦ୍ଧାର କରିଥିଲେ। ଏଥିସହ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଟିମ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଚଳାଇଛି। ପ୍ରାଣୀ ବିଭାଗ ମୃତ ତିମିର ଅଂଶବିଶେଷର ନମୁନା ସଂଗ୍ରହକରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ବନବିଭାଗ ତରଫରୁ ସମୁଦ୍ର ବାଲିରେ ମୃତ ତିମିକୁ ପୋତି ଦେବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ଥାନୀୟ ପରିବେଶବିତ୍‌ ଶୋଭାକର ବେହେରା କୁହନ୍ତି, ବହୁଦିନ ତଳୁ ଏହି ତିମି ମୃତ୍ୟୁବରଣ କରିଥିବାରୁ ତା’ର ସମ୍ପୂର୍ଣ୍ଣ ଶରୀର ପଚିଯାଇଛି, ଯାହାର ଓଜନ ପ୍ରାୟ ୧୫ ଟନ୍‌ ଓ ଲମ୍ବ ୪୦ ରୁ ୪୫ ଫୁଟ ହେବ ବୋଲି ସେ ସୂଚନା ଦେଇଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri