ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି ହୋଇପଡୁଛି। ଏହି ନଦୀ କୂଳରେ ବାସ କରୁଥିବା ପ୍ରାୟ ୧୦୦ଟି ଗ୍ରାମର ଲୋକେ ବର୍ଷାଋତୁରେ ଜଳ ନିଷ୍କାସନ ସମସ୍ୟା ଯୋଗୁ ହଇରାଣ ହେଉଥିବାବେଳେ ଗ୍ରୀଷ୍ମଋତୁରେ ପାଣି ବିନା ଡହଳବିକଳ ହୋଇଥାନ୍ତି। ଏବେ ଏପ୍ରିଲ ମାସ ଅଧାବେଳକୁ ଏହି ନଦୀ ଶୁଖିବାକୁ ବସିଲାଣି। ଅନେକ ସ୍ଥାନରେ ନଦୀଶଯ୍ୟା ଶୁଖିଲା ପଡ଼ିଛି। କିଛି ଖାଲୁଆ ସ୍ଥାନରେ ଅନାବନା ଦଳ ଭର୍ତ୍ତି ରହିଥିବାରୁ ପାଣି ପ୍ରଦୂଷିତ ହୋଇଛି। ଆଗକୁ ଜଳକଷ୍ଟ ଉତ୍କଟ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି।
ରତ୍ନଚିରା ନଦୀ ପିପିଲି ହରିପୁରଠାରୁ ଭାର୍ଗବୀ ନଦୀରୁ ବାହାରି ସତ୍ୟବାଦୀ, ପୁରୀ ସଦର ଓ ବ୍ରହ୍ମଗିରି ବ୍ଲକର ତଳମୁଣ୍ଡ ଗୋବର୍ଦ୍ଧନପୁର ପର୍ଯ୍ୟନ୍ତ ଦୀର୍ଘ ୫୦ କିଲୋମିଟର ପର୍ଯ୍ୟନ୍ତ ବୋହି ଆସିଛି। ଏହାକୁ ସରକାରୀ କାଗଜପତ୍ରରେ ଖଲାସି ନାଳ ଭାବେ ଚିତ୍ରଣ କରାଯାଇଛି। ଏହି ଖଲାସି ନାଳର ଜଳ ପରିଚାଳନା ଭାର ଭୁବନେଶ୍ୱର ଡ୍ରେନେଜ ଡିଭିଜନ ହାତରେ ରହିଛି। ଦିନ ଥିଲା ଭାର୍ଗବୀ ନଦୀର ବନ୍ୟାଜଳକୁ ନିୟନ୍ତ୍ରଣ କରିବାରେ ରନତ୍ଚିରା ସହାୟକ ହେଉଥିଲା। ରନତ୍ଚିରା ନଦୀ ଖନନ ସହ ଦଳ ସଫେଇ ପାଇଁ ବାରମ୍ବାର ଦାବି ହେଉଛି। ମାତ୍ର ପ୍ରଶାସନ ଶୁଣୁନାହିଁ। ଏଥିଯୋଗୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜଳକଷ୍ଟରୁ ରକ୍ଷା ପାଇଁ ତୁରନ୍ତ ନଦୀରେ ପାଣି ଛାଡ଼ିିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ନେଇ ସାକ୍ଷୀଗୋପାଳ ଜଳସମ୍ପଦ ଉପଖଣ୍ଡ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ରଘୁନାଥ ସ୍ବାଇଁ କହିଛନ୍ତି, ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri