Categories: ଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଲୋକଙ୍କ ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୩।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ହୀରାନଗର ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହା ସହିତ ସୀମା ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି। ଏହା ଦ୍ୱାରା ସାଧାରଣ ଲୋକ କ୍ଷତିଗ୍ରସ୍ତ ହୋଇଥିବା କୁହାଯାଉଛି।

Share