ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ପରିବାର ପକ୍ଷରୁ ଧାରଣା

ସୋର, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଉତ୍ତରେଶ୍ୱରଠାରେ ଥିବା ଏକ ଘରୋଇ ନର୍ସିଂହୋମ୍‌ରେ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଯୁବତୀଙ୍କ ମୃତଦେହକୁ ନର୍ସିଂହୋମ୍‌ ସମ୍ମୁଖରେ ରଖି ତାଙ୍କ ପରିବାର ଓ ସମ୍ପର୍କୀୟମାନେ ଧାରଣାରେ ବସିଛନ୍ତି। ମୃତ ଯୁବତୀ ହେଲେ କୌଶଲ୍ୟା ମହାରଣା(୧୮)। ତାଙ୍କ ଘର ସୋର ଥାନା ମହୁମୁହାଣ ପଞ୍ଚାୟତ ଆଙ୍ଗୁଳା ଗ୍ରାମରେ।
କୌଶଲ୍ୟା ଆପେଣ୍ଡିସାଇଡ୍‌ ଅସ୍ତ୍ରୋପଚାର ପାଇଁ ରବିବାର ପୂର୍ବାହ୍ନରେ ଉକ୍ତ ନର୍ସିଂହୋମ୍‌ରେ ଭର୍ତ୍ତି ହୋଇଥିଲେ। ଅପରେଶନ ପରେ ସୋମବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିଲା। ନର୍ସିଂହୋମ୍‌ ତରଫରୁ ଯୁବତୀଙ୍କୁ ବାହାନଗା ଡାକ୍ତରଖାନାକୁ ନେଇଯିବା ପାଇଁ ପରିବାର ଲୋକଙ୍କୁ କୁହାଯାଇଥିଲା। ପରିବାର ଲୋକେ ଏକ ଆମ୍ବୁଲାନ୍ସ ଦ୍ୱାରା ବାହାନଗା ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରେ ଡାକ୍ତର ଯୁବତୀଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ମୃତଦେହ ନେଇ ଆସି ନର୍ସିଂହୋମ୍‌ ସମ୍ମୁଖରେ ରଖି ଧାରଣାରେ ବସିଥିଲେ। ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ କୌଶଲ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଅଞ୍ଚଳବାସୀ ପହଞ୍ଚି ମୃତକ ପରିବାରଙ୍କୁ କ୍ଷତିପୂରଣ ଦାବି କରିଥିଲେ। ଗ୍ରାମର କେତେଜଣ ବ୍ୟକ୍ତି ଏହାର ସମାଧାନ ନିମନ୍ତେ ନର୍ସିଂହୋମ୍‌ର ମାଲିକଙ୍କ ସହିତ ଆଲୋଚନା ଜାରି ରଖିଛନ୍ତି। ଖବର ଲେଖା ପର୍ଯ୍ୟନ୍ତ ଧାରଣା ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri