ଅସ୍ଥାୟୀ ରାସ୍ତାରେ ପଡ଼ି ଅନେକ ଆହତ

ବଇଣ୍ଡା,୨।୩(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉ ନ ଥିବା ବେଳେ ଏବେ ଅସ୍ଥାୟୀ ରାସ୍ତାରେ ବଢ଼ୁଛି ଦୁର୍ଘଟଣା। ଅନେକ ସ୍ଥାନରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇଥିବାରୁ ସେଠାରେ ପଡ଼ି ସାଇକେଲ ଓ ବାଇକ୍‌ ଆରୋହୀମାନେ ଆହତ ହେଉଛନ୍ତି। ବିଶେଷ କରି କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ଅସ୍ଥାୟୀ ରାସ୍ତାରେ ପଡ଼ି ଆହତ ହେଉଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସମ୍ପ୍ରସାରଣ କାର୍ଯ୍ୟ କିପରି ଶୀଘ୍ର ଶେଷ କରାଯିବ ଓ ଅସ୍ଥାୟୀ ରାସ୍ତା ମରାମତି ହେବ ସେ ଦିଗରେ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।
ପ୍ରକାଶ ଯେ, ୫୫ ନଂ. ଜାତୀୟ ରାଜପଥ ୪ ଲେନ୍‌ କରାଯାଉଛି। ଏକ ଠିକାସଂସ୍ଥା ଏହି କାର୍ଯ୍ୟ କରୁଥିବାବେଳେ ବହୁ ବିଳମ୍ବ ହେଉଛି। ସମ୍ପ୍ରସାରଣ ପାଇଁ ଏପ୍ରିଲ ୨୦୧୮ରେ ବାମୁରରୁ ବଇଣ୍ଡା ପର୍ଯ୍ୟନ୍ତ ରାସ୍ତା ପାର୍ଶ୍ୱରେ ଥିବା ଦୋକାନ ଓ ଘର ଉଚ୍ଛେଦ ଆରମ୍ଭ କରାଯାଇଥିଲା। ତେବେ କଦଳୀମୁଣ୍ଡାଠାରେ ୨ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୂରଣ ମିଳୁ ନ ଥିବାରୁ ଉଚ୍ଛେଦ କାର୍ଯ୍ୟ ସେଠାରେ ଅଟକି ଯାଇଛି। ସେହିପରି ବାମୁରରୁ ଜାମ୍ବୁନାଳୀ ୩୫ କିମିରୁ ମାତ୍ର ୧୦ କିମି ଗୋଟିଏ ପାର୍ଶ୍ୱ ରାସ୍ତା ସରିଥିବା ବେଳେ ବଳକା ୨୫ କିମି ନିର୍ମାଣରେ ବହୁ ବିଳମ୍ବ ହେଉଛି। ମୁଖ୍ୟରାସ୍ତା ଖୋଳାହୋଇଥିବାରୁ ଅସ୍ଥାୟୀ ରାସ୍ତାରେ ଗାଡ଼ି ଚଳାଚଳ କରୁଛି। କିନ୍ତୁ ଉକ୍ତ ଅସ୍ଥାୟୀ ରାସ୍ତାଗୁଡ଼ିକର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଯାଇଛି। ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ବଇଣ୍ଡା ଜନତା କଲେଜ ନିକଟରେ ନିର୍ମାଣ ହୋଇଥିବା ଅସ୍ଥାୟୀ ରାସ୍ତାରେ ୨ ଜଣ କଲେଜ ଛାତ୍ରୀ ସାଇକେଲରୁ ଖସିପଡ଼ି ଆହତ ହୋଇଛନ୍ତି। ସେହିପରି ଲୁହାମୁଣ୍ଡାଠାରେ ଅସ୍ଥାୟୀ ରାସ୍ତାରେ ଶନିବାର ଏକ ବାଇକ୍‌ ଦୁର୍ଘଟଣାରେ କଟରଙ୍ଗା ଅଞ୍ଚଳର ୨ ଜଣ ଆହତ ହୋଇଛନ୍ତି। ପ୍ରଶାସନିକ ଅଧିକାରୀମାନେ ରାସ୍ତା କାର୍ଯ୍ୟ ତଦାରଖ କରୁ ନ ଥିବାରୁ ଏଭଳି ସମସ୍ୟା ହେଉଥିବା ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ ଦୃଷ୍ଟି ଦେବାକୁ ବଇଣ୍ଡା ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri