ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ହାଇଦ୍ରାବାଦରୁ ଆସିଥିବା ୪୦ ପ୍ରବାସୀ

ଭବାନୀପାଟଣା/କୋକସରା,୧୬।୫(ଡି.ଏନ୍‌.ଏ.)-ହାଇଦ୍ରାବାଦରେ ଫସି ରହିଥିବା କଳାହାଣ୍ଡି ଜିଲାର ୪୦ ଜଣ ପ୍ରବାସୀ ଓଡ଼ିଆ ଶୁକ୍ରବାର ଏକ୍‌ ବସ୍‌ରେ ଆସି କୋକସରା ବ୍ଲକ ଅଫିସ ସମ୍ମୁଖରେ ପହଞ୍ଚିଥିଲେ। ବିଡିଓ ମନୀଷା ଦାସ ସେମାନଙ୍କୁ ମାଝିଗୁଡାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିବାର ବ୍ୟବସ୍ଥା କରିଥିଲେ। ଏଥିରେ ବ୍ଲକ ଅନ୍ତର୍ଗତ ଥୁଟିବର ଗ୍ରାମର ୩୨ଜଣ ଥିବା ବେଳେ ବଡକେନ୍ଦୁଗୁଡାର ୨, ଟେମରାର ୨, ଫୁପଗାଁର ଜଣେ, ଧର୍ମଗଡ ବ୍ଲକ ତେଣ୍ଡାପାଳି ଗ୍ରାମର ଜଣେ, ବଗାଡ଼ରର ଜଣେ ଓ ଜୟପାଟଣା ବ୍ଲକର ଜଣେ ରହିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯିବା ସମୟରେ ଡବ୍ଲ୍ୟୁଇଓ ଦାମୋଦର ବିଶ୍ୱାଳ, ସାମାଜିକ ସୁରକ୍ଷା କର୍ମୀ ଦୀପକ କୁମାର ବେହେରା, ମାଝିଗୁଡା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ଦାଶ, କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri