ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା

ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଭେଟି ଛାତ୍ରନେତା ଜ୍ଞାନେନ୍ଦ୍ର ମହାନ୍ତି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଗତ ମାସ ୧୪ ତାରିଖରେ ଚାନ୍ଦିପୁର ରାସ୍ତାରେ ସହଦେବଖୁଣ୍ଟା ରେଲୱେ କଲୋନୀର ସଦାନନ୍ଦ ଦାସ (୧୯) ନାମକ ଜଣେ ଛାତ୍ର ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ତାଙ୍କ ଡାହାଣ ଗୋଡ଼ର ୪ଟି ଆଙ୍ଗୁଳି ଭାଙ୍ଗିଯାଇଥିଲା। ଏକ୍ସ-ରେ କରିବା ପରେ ଅସ୍ଥିଶଲ୍ୟ ବିଭାଗର ଜଣେ ଡାକ୍ତର ଅସ୍ତ୍ରୋପଚାର କରିଥିଲେ। ଗତ ୨ ତାରିଖରେ ତାଙ୍କୁ ଘରକୁ ଯିବା ଲାଗି କୁହାଯାଇଥିଲା। ସଦାନନ୍ଦ ଗୋଡ଼ରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ସେ ପୁନଶ୍ଚ ଏକ୍ସ-ରେ କରିଥିଲେ। ୪ ଆଙ୍ଗୁଠିି ମଧ୍ୟରୁ ଗୋଟିଏ ଆଙ୍ଗୁଠି ଠିକ୍‌ ଥିବାବେଳେ ଅନ୍ୟ ୩ଟି ଆଙ୍ଗୁଠି ପୂର୍ବାବସ୍ଥାରେ ରହିଥିବା ଜଣାପଡ଼ିଥିଲା। ରୋଗୀଙ୍କ ପିତା ଏଥିରେ ସନ୍ଦେହ କରି ଅନ୍ୟ ଡାକ୍ତରଙ୍କ ପରାମର୍ଶ ନେଇ ପରେ ଏକ ଘରୋଇ କ୍ଲିନିକ୍‌ରେ ଏହି ୩ଟି ଆଙ୍ଗୁଠିରେ ଅସ୍ତ୍ରୋପଚାର କରାଇଛନ୍ତି। ସଦାନନ୍ଦ ଜଣେ ମଧ୍ୟବିତ୍ତ ପରିବାରର ଛାତ୍ର ହୋଇଥିବାରୁ ଫକୀରମୋହନ ବିଦ୍ୟାଳୟର ଛାତ୍ରନେତା ଜ୍ଞାନେନ୍ଦ୍ର ତାଙ୍କୁ ଜଣେ ଏମ୍‌ପିଙ୍କ ପାଣ୍ଠିରୁ ୨୦ହଜାର ଟଙ୍କା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ପାଇଁ ସହଯୋଗ କରିଥିଲେ। ଏପରି ଘଟଣା ଜାଣିବା ପରେ ସେ ମଙ୍ଗଳବାର ପୂର୍ବାହ୍ନରେ ଅତିରିକ୍ତ ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. ପ୍ରଭାସ କୁମାର ବେହେରାଙ୍କୁ ସାକ୍ଷାତ୍‌ କରି ସଦାନନ୍ଦଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ମେଡ଼ିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଲିଖିତ ଅଭିଯୋଗ କରିବାକୁ ପରାମର୍ଶ ଦେଇ ଏହାର ବିଧିବଦ୍ଧ ତଦନ୍ତ କରାଯିବ ବୋଲି ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ କହିଥିବା ଜ୍ଞାନେନ୍ଦ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri