ଅସ୍ବାଭାବିକ ମୁଣ୍ଡ ସହ ବଞ୍ଚୁଛନ୍ତି ଶିବଶଙ୍କର: ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ ପଠାଯିବ

ଜୟପୁର,୧୨ା୬(ଡି.ଏନ୍‌.ଏ.): ଜୟପୁର ବ୍ଲକ ରଣ୍ଡାପାଲି ପଞ୍ଚାୟତ ବୈରାଗୀମଠ ଗ୍ରାମର ଦିନ ମଜୁରିଆ ଟୁନା ପରଜାଙ୍କ ପୁଅ ଶିବଶଙ୍କର (୧୪)ଙ୍କ ପିଲାଟି ଦିନରୁ ମୁଣ୍ଡ ଅସ୍ବାଭାବିକ ଭାବେ ବୃଦ୍ଧି ପାଉଛି । ଜୟପୁର ଓ କୋରାପୁଟରେ ତାଙ୍କର ଚିକିତ୍ସା ସତ୍ତ୍ୱେ କୌଣସି ସୁଫଳ ମିଳି ନଥିଲା। ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଶିବଶଙ୍କରଙ୍କୁ ବୁଧବାର ଉଦ୍ଧାର କରି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ନେଇଥିଲା। ସେଠାରୁ ତାଙ୍କୁ କଟକ ଶିଶୁ ଭବନ ଓ ପରେ ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ମେଡିକାଲ ସାଇନ୍ସ (ଏମ୍‌ସ)କୁ ପଠାଯିବାର ବ୍ୟବସ୍ଥା କରାଯାଇଛି । ତାଙ୍କର ଅସ୍ତ୍ରୋପଚାର ଓ ଅନ୍ୟ ଖର୍ଚ୍ଚ ରାଷ୍ଟ୍ରୀୟ ବାଲ ସୁରକ୍ଷା କଲ୍ୟାଣ (ଆରବିକେଏସ) ଦ୍ୱାରା କରାଯିବା ପାଇଁ କୋରାପୁଟ ସିଡିଏମ୍‌ଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ଅସୁସ୍ଥ ଶିବଶଙ୍କରଙ୍କ ସହ ତାଙ୍କ ବାପା, ମା ଏବଂ ରାବଣାଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଚୌଧୁରୀ ଚିତ୍ତରଞ୍ଜନ ବୁଧବାର ସନ୍ଧ୍ୟାରେ ଆମ୍ବୁଲାନ୍ସ ଯୋଗେ କଟକ ଶିଶୁଭବନ ଯାତ୍ରା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ଶିବଶଙ୍କରଙ୍କ ମୁଣ୍ଡ ଅସ୍ବାଭାବିକ ଭାବେ ବଢୁଥିବା ନେଇ କେହି ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରିବା ପରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିବଙ୍କ ଚିକିତ୍ସା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ ଆସିଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri