ଅସ୍ବାସ୍ଥ୍ୟକର ପରିବେଶରେ ଗ୍ରାମବାସୀ

ହାଟଡିହୀ, ୨୦।୧୦(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ଗ୍ରାମର ଦେହୁରୀସାହିର ଲୋକମାନେ ଅସ୍ବାସ୍ଥ୍ୟକର ପରିବେଶରେ ଜୀବନ ବିତାଇ ନାନା ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି। ଲୋକମାନେ ଦୀର୍ଘ ବର୍ଷ ହେବ ସମସ୍ୟାର ସମାଧାନ ପାଇଁ ଜନ ପ୍ରତିନିଧିଙ୍କ ଠାରୁ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ବି ସବୁ ଏଠି ଫିକା ପଡିଛି। ପ୍ରାୟ ୩୦ ପରିବାର ଏଠାରେ ବସବାସ କରନ୍ତି। ସାହି ମଝିରେ ପୋଖରୀଟିଏ ଅଛି। ପୋଖରୀ ଚାରିପଟେ ଲୋକମାନେ ବସବାସ କରୁଛନ୍ତି। ଦୀର୍ଘ ବର୍ଷ ହେବ ପୋଖରୀ ବି ସଫା ହେଇନି। ପୋଖରୀ ପାଣି ବିଷାକ୍ତ ପାଲଟିଛି। ପାଣିରେ ଫେଣ ସୃଷ୍ଟି ହୋଇ ପଚା ଦୁର୍ଗନ୍ଧ ବାହାରୁଛି। ଯାହାକି ବ୍ୟବହାର କରିବା ତ ଦୂରର କଥା। ସାହିକୁ ଆସିଥିବା ପାଣି ପାଇପ ବିଭିନ୍ନ ସ୍ଥାନରେ ଫୁଟିଯିବା ସହ ପରିଷ୍କାର ପାଣି ବି ମିଳୁନି। ବହୁ ସମୟରେ ଲୋକମାନେ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ୧୫ ଦିନ ପୂର୍ବରୁ ପାର୍ବତୀ ବେହେରା (୪୫) ନାମକ ଜଣେ ମହିଳା ଜଣ୍ଡିସ ରୋଗରେ ଆକ୍ତାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି। ଏବେ ଚାରି ଜଣ ଟିବି ରୋଗରେ ଚିହ୍ନଟ ହୋଇଛନ୍ତି। ଏଥିସହ ସାହିରେ ଜନ୍ମରୁ ୩ ଜଣ ବିକଳାଙ୍ଗ ଛୁଆ ଜନ୍ମ ହେବା ଉଦ୍‌ବେଗର ବିଷୟ ସାଜିଛି। ପୋଖରୀ ପାଣି ଓ ଦୂଷିତ ପାଇପ ପାଣି ପାଇଁ ଏପରି ନାନା ଦୁର୍ଦ୍ଦଶା ଭୋଗୁଥିବା ସାହିର ସାନନ୍ଦ ନାୟକ, ଧୋଇ ନାୟକ, ମହେନ୍ଦ୍ର ବେହେରା, ପ୍ରହଲ୍ଲାଦ ନାୟକ, ସଦାନନ୍ଦ ବେହେରା, ହାଡିବନ୍ଧୁ ବେହେରା ପ୍ରମୁଖ ପ୍ରକାଶ କରିଛନ୍ତି। ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri