ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି ଖୁଣ୍ଟିଆ, ଚିନ୍ମୟ ଖୁଣ୍ଟିଆ ଏବଂ କମଲେଶ ସିଂ। ଏହି ଖବର ଗଣମାଧ୍ୟମରେ ପ୍ରକାଶ ହେବା ପରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୋ ପରିବାର ସଙ୍ଗଠନର ଆବାହକ ଅରୂପ ପଟ୍ଟନାୟକଙ୍କ ଦୃଷ୍ଟିକୁ ଆଣିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡକ୍ଟର ଗୋପବନ୍ଧୁ ଦାଶ ରାଜ୍ୟ ଶ୍ରମ କମିଶନରଙ୍କ ସହାୟତା ନେଇ ଉପରୋକ୍ତ ୩ ଶ୍ରମିକ କାର୍ଯ୍ୟ କରୁଥିବା ଲୋଟସ୍‌ କଟନ ମିଲ୍‌ ସହ ଯୋଗାଯୋଗ କରିଥିଲେ। ଉକ୍ତ ଶ୍ରମିକମାନଙ୍କ ପରିବାରକୁ ଯେପରି ମୃତ୍ୟୁକାଳୀନ ସହାୟତା ମିଳିପାରିବ, ସେ ନେଇ ଚେଷ୍ଟା କରିଥିଲେ। ଏହା ପରେ ୩ ଶ୍ରମିକଙ୍କ ମୃତଦେହକୁ ଆମ୍ବୁଲାନ୍ସ ଯୋଗେ ସେମାନଙ୍କ ଜନ୍ମମାଟିକୁ ଆଣିବାକୁ ବିଧାୟକ ପ୍ରଣବ ପ୍ରକାଶ ଦାସ ସମସ୍ତ ସହାୟତା କରିଥିଲେ। ଏହାଦ୍ୱାରା ମୃତଶରୀର ସେମାନଙ୍କ ଜନ୍ମମାଟିରେ ପହଞ୍ଚିବା ସହ ଶେଷ କୃତ୍ୟ ସମ୍ପନ୍ନ ହୋଇପାରିଥିଲା। ଏହି ସମସ୍ତ ପ୍ରକ୍ରିୟାରେ ସହଯୋଗ ପାଇଁ ସେମାନଙ୍କ ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଧାୟକ ପ୍ରଣବ ପ୍ରକାଶ ଦାସ ଏବଂ ମୋ ପରିବାର ସଙ୍ଗଠନ ପ୍ରତି କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri