ଅହମଦାବାଦରେ ୩ ଓଡ଼ିଆ ଶ୍ରମିକ ପୋଡ଼ିହୋଇ ମୃତ୍ୟୁ ଘଟଣା: ପରିବାର ନିକଟରେ ପହଞ୍ଚିଲା ଜିଲା ପ୍ରଶାସନ

ରସୁଲପୁର,୨୩।୨(ଡି.ଏନ୍‌.ଏ.): ଗୁଜରାଟ ଅହମଦାବାଦର ଏକ କପଡ଼ା ଲେବଲ ପ୍ରସ୍ତୁତି କାରଖାନାରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମର ଦୟାନିଧି ଖୁଣ୍ଟିଆ(୩୭), ଚିନ୍ମୟ ଖୁଣ୍ଟିଆ(୨୫) ଏବଂ କାମେଶ ସିଂ(୨୩)। ଏହି ଘଟଣାରେ ଶ୍ରମିକ ରାଜେନ୍ଦ୍ର ଖୁଣ୍ଟିଆ, ଦୀପୁ ସାମଲ ଓ ଲିପୁ ସାମଲ ଅଳ୍ପକେ ବର୍ତ୍ତି ଯାଇଥିଲେ। ରବିବାର ଯାଜପୁର ଜିଲା ପ୍ରଶାସନ ମୃତକଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି। ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ, ଯାଜପୁର ବିଡିଓ ସୌରଭ ଚକ୍ରବର୍ତ୍ତୀ, ଯାଜପୁର ପୌରାଧ୍ୟକ୍ଷ ଭବପ୍ରକାଶ ଦାସ ପ୍ରମୁଖ ପହଞ୍ଚି ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେଇଥିଲେ। ମୃତଦେହ ଓଡ଼ିଶା ଅଣାଯାଇ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯିବା ଦିଗରେ ବିଚାର ବିମର୍ଶ ଚାଲିଛି ବୋଲି ଜିଲାପାଳ ନାୟକ କହିଛନ୍ତି। ମିଳିଥିବା ସୂଚନା ଅନୁସାରେ ଅହମଦାବାଦର ଓଧାବ୍‌ ଜିଆଇଡିସି ଅଞ୍ଚଳରେ ଥିବା ଲୋଟସ କପଡ଼ା ଲେବଲ୍‌ କାରଖାନାରେ ଉପରୋକ୍ତ ଶ୍ରମିକମାନେ କାର୍ଯ୍ୟ କରନ୍ତି। ଶୁକ୍ରବାର ରାତିରେ ନାଇଟ ଡ୍ୟୁଟି ସାରି ସେମାନେ କାରଖାନାର ୩ୟ ମହଲାରେ ଥିବା ଏକ କୋଠରିରେ ଶୋଇଥିଲେ। ଶନିବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ କୌଣସି କାରଣରୁ କାରଖାନାରେ ନିଅଁା ଲାଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri