ଅହମଦାବାଦ୍‌ରେ ୩୩୪ ସୁପର ସ୍ପ୍ରେଡର: ମେ ୧୫ ପର୍ଯ୍ୟନ୍ତ ସମସ୍ତ ଦୋକାନ ବନ୍ଦ

ଅହମଦାବାଦ୍‌,୧୦।୫: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଅହମଦାବାଦ୍‌ରେ କରୋନା ସଂକ୍ରମଣ ବଢ଼ାଇଥିବା ୩୩୪ ଜଣ ସୁପର ସ୍ପ୍ରେଡରଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ଦ୍ୱାରା କରୋନା ସଂକ୍ରମଣ ଅଧିକ ବ୍ୟାପିଥିବା କୁହାଯାଉଛି। ସୁରକ୍ଷା ସୃଷ୍ଟିରୁ ତେଜରାତି, ପନିପରିବା ସମେତ ଅନ୍ୟ ଦୋକାନଙ୍କୁ ମେ ୧୫ ପର୍ଯ୍ୟନ୍ତ ବନ୍ଦ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏଠାରେ ପ୍ରାୟ ୨୦୦୦ ସନ୍ଦିଗ୍ଧ ସୁପର ସ୍ପ୍ରେଡରଙ୍କ ନମୁନା ପରୀକ୍ଷା କରାଯାଇଥିବା ଅତିରିକ୍ତ ମୁଖ୍ୟ ସଚିବ ରାଜୀବ ଗୁପ୍ତା ସୂଚନା ଦେଇଛନ୍ତି। ଅହମଦାବାଦ୍‌ରେ ସୁପର ସ୍ପ୍ରେଡରଙ୍କ ସଂଖ୍ୟା ୧୪ ହଜାର ଥିବା ଅନୁମାନ କରାଯାଉଛି। ତେଣୁ ସ୍କ୍ରିନିଂ କାର୍ଯ୍ୟ ଜାରି ରହିଛି। ଏଠାରେ ଏପ୍ରିଲ୍‌ ୨୦ଠାରୁ ସୁପର ସ୍ପ୍ରେଡରଙ୍କ ଚିହ୍ନଟ କାର୍ଯ୍ୟ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୩,୮୧୭ ଜଣ ସନ୍ଦିଗ୍ଧ ସୁପର ସ୍ପ୍ରେଡରଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୩୩୪ ରିପୋର୍ଟ ପଜିଟିଭ୍‌ ଆସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri