ଆଇଆଇଏମ୍‌ସିରେ ଆରମ୍ଭ ହେଲା ପାଠପଢ଼ା

ଢେଙ୍କାନାଳ ଅଫିସ,୩।୮ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଶୁକ୍ରବାରଠାରୁ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ଉଭୟ ଇଂଲିଶ ଏବଂ ଓଡ଼ିଆ ସାମ୍ବାଦିକତା ସ୍ନାତକୋତ୍ତର ଡିପ୍ଲୋମା ବିଭାଗରେ ପାଠପଢ଼ା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍‌ ସୁବୀର ଘୋଷ କହିଲେ, ସମ୍ପ୍ରତି ସାରା ଦେଶରେ ମୂଲ୍ୟବୋଧଭିତ୍ତିକ ସାମ୍ବାଦିକତା ଜରୁରୀ ହୋଇପଡ଼ିଛି। ଏଥିପାଇଁ ପାଠ୍ୟକ୍ରମରେ ନାମ ଲେଖାଇଥିବା ଶିକ୍ଷାର୍ଥୀମାନେ ସଂକଳ୍ପ ନେବା ଆବଶ୍ୟକ। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ କହିଲେ, ଶିକ୍ଷକମାନେ କେବଳ ରାସ୍ତା ଦେଖାଇବେ। ସେହି ରାସ୍ତାରେ ଚାଲିବା ପିଲାମାନଙ୍କ କାମ। ଅନୁଷ୍ଠାନରେ ପାଠପଢ଼ା ସହିତ ବ୍ୟବହାରିକ ଦିଗକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଛାତ୍ରୀଛାତ୍ରମାନେ ସମୟର ଠିକ୍‌ ବିନିଯୋଗ କରିବା ଆବଶ୍ୟକ। ଦୃଢ଼ ଇଚ୍ଛାଶକ୍ତି, ନିଷ୍ଠା, ଅଭ୍ୟାସ ଦ୍ୱାରା ଜଣେ ଭଲ ସାମ୍ବାଦିକ ହୋଇପାରିବ ବାଲି ସେ ପରାମର୍ଶ ଦେଇଥିଲେ।
ପ୍ରଥମ ଦିବସରେ ଛାତ୍ରୀଛାତ୍ରମାନେ କପିଳାସ ପୀଠରୁ ରିପୋର୍ଟଂ ଜୀବନର ଆରମ୍ଭ କରିଛନ୍ତି। ସଂସ୍ଥାନ ପରିସରରେ ଅଗଷ୍ଟ ୫ରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳନ କରାଯିବ। ଏହି ଅବସରରେ ‘ଭାରତର ସ୍ବାଧୀନତା ସଂଗ୍ରାମରେ ଭାଷାଭିତ୍ତିକ ଖବରକାଗଜ’ର ଭୂମିକା ଉପରେ ସ୍ବତନ୍ତ୍ର ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri