ଆଇଆଇଏମ୍‌ସିରେ ଓଏସ୍‌ଓୟୁ ଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ : ନିରନ୍ତର ଲେଖା ଅଭ୍ୟାସ ରଖିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ,୧୮ା୫ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଓଏସ୍‌ଓୟୁ)ର ସାମ୍ବାଦିକତା ଶିକ୍ଷାର୍ଥୀଙ୍କ ଦ୍ୱିତୀୟ ବ୍ୟାଚ୍‌ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅପରାହ୍ନରେ ଆୟୋଜିତ ଉଦ୍‌ଯାପନୀ ସମାରୋହରେ ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ମୃଣାଳ ଚାଟାର୍ଜୀ ଅଧ୍ୟକ୍ଷତା କରିଥିଲେ। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଏହି ଶିବିରରେ ୨୪ଜଣ ଶିକ୍ଷାର୍ଥୀ ଯୋଗ ଦେଇଥିଲେ ା ୫ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଟେଲିଭିଜନ, ରେଡିଓ ଓ ମୋବାଇଲ ସାମ୍ବାଦିକତାର ବ୍ୟବହାରୀ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଅତିଥି ପ୍ରଶିକ୍ଷକ ଭାବେ ଯୋଗଦେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ସାମ୍ବାଦିକତା ବିଭାଗର ପୂର୍ବତନ ମୁଖ୍ୟ ଅବସରପ୍ରାପ୍ତ ପ୍ରାଧ୍ୟାପକ ବେଣୁଧର ପଣ୍ଡା, ଶିକ୍ଷାର୍ଥୀମାନଙ୍କୁ ନିରନ୍ତର ଭାବେ ଲେଖିବାର ଅଭ୍ୟାସ ରଖିବାକୁ ଆହ୍ବାନ ଦେଇଥିଲେ ା ଲେଖିବା କଳା ଥରେ ଶିଖିଗଲେ ପ୍ରବନ୍ଧ, ଲଳିତ ନିବନ୍ଧ, ଗଳ୍ପ, ଉପନ୍ୟାସ ଆଦି ଲେଖି ହୋଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ ା ବିଶ୍ୱର ଅନେକ ସାମ୍ବାଦିକ ସଫଳ ସାହିତ୍ୟ ସୃଷ୍ଟିକରି କାଳଜୟୀ ହୋଇଛନ୍ତି ା ଏଥିପାଇଁ କଠିନ ଅଧ୍ୟବସାୟ ଓ ଆଗ୍ରହର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଓଏସ୍‌ଓୟୁ ସାମ୍ବାଦିକ ବିଭାଗର ସଂଯୋଜକ ଡ. ଆଶିଷ ଦ୍ୱିବେଦୀ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଶିକ୍ଷାର୍ଥୀମାନଙ୍କୁ ଦୁଇଟି ଲେଖାଏଁ ଦେଶୀ ଆମ୍ବ ଟାକୁଆ ପ୍ରଦାନ କରାଯାଇଥିଲା। ଫନୀ ବାତ୍ୟାରେ ଉପକୂଳ ଓଡ଼ିଶାର ବ୍ୟାପକ କ୍ଷତି ହୋଇଥିବା ବେଳେ ଏହାକୁ ନଜରରେ ରଖି ଖୋଲାସ୍ଥାନ, ଜଙ୍ଗଲ, ରାସ୍ତାପାର୍ଶ୍ୱ ଆଦି ସ୍ଥାନ ମାନଙ୍କରେ ବର୍ଷାଋତୁ ଆରମ୍ଭରେ ଟାକୁଆ ଲଗାଇବାକୁ ଶିକ୍ଷାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସମାରୋହରେ ସଂସ୍ଥାନର ସହାୟକ ପ୍ରଫେସର ଜ୍ୟୋତି ପ୍ରକାଶ ମହାପାତ୍ର, ପ୍ରଶିକ୍ଷଣ ସଂଯୋଜନା ଜିତେନ୍ଦ୍ର ପତି, ସେକ୍ସନ ଅଫିସର କେଦାରନାଥ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri