ବ୍ରହ୍ମପୁର ଅଫିସ,୧୭ା୫- ଗେଟବଜାର ଛକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତିରେ ମାଟିଖାଲ ଆଇଆରଇ ପ୍ଲାଣ୍ଟରେ କାମ କରୁଥିବା ଆର. ଗୋପୀ ରେଡ୍ଡୀ (୩୫)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଗୋପୀଙ୍କ ସ୍ତ୍ରୀ ଆର. ଭାରତୀ ରେଡ୍ଡୀଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୧୦୭/୧୯ ଦଫା ୩୦୪/୩୪ ଆଇପିସିରେ ଏକ ମାମଲା ରୁଜୁ କରିଛି। ଗୁରୁବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ଗୋପୀଙ୍କ ମୃତ୍ୟୁର କାରଣ ଜାଣିବା ପାଇଁ ପୋଲିସ ‘ଭିସାରା’ ସଂଗ୍ରହ କରି ଭୁବନେଶ୍ୱର ଏସଏଫଏଲ(ଷ୍ଟେଟ୍ ଫୋରେନ୍ସିକ୍ ଲାବୋରେଟୋରୀ)କୁ ପଠାଇଥିବା କହିଛି। ଅଭିଯୋଗକୁ ଆଧାର କରି ଘରୋଇ ହସ୍ପିଟାଲର ମାଲିକ ତଥା ମୃତ ଯୁବକଙ୍କ ପେଟରେ ଷ୍ଟୋନ ଥିବା ବେଳେ ଲାପାରୋସ୍କୋପି ଜରିଆରେ ଅସ୍ତ୍ରୋପଚାର କରିଥିବା ଡ଼ାକ୍ତରଙ୍କୁ ପୋଲିସ ଗୁରୁବାର ଜେରା କରିଛି ବୋଲି ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି। ଅସ୍ତ୍ରୋପଚାର ବେଳେ ଡ଼ାକ୍ତର ଏବଂ ନର୍ସମାନଙ୍କ ତ୍ରୁଟି ଯୋଗୁ ଏଭଳି ଘଟଣା ଘଟିଥିଲା କି ନାହିଁ ସେ ଦିଗ ଉପରେ ପୋଲିସ ଜେରା ବେଳେ ଡ଼ାକ୍ତରଙ୍କୁ ପଚାରିଥିବା ଜଣାପଡ଼ିଛି।
ଯେ, ପେଟରେ ଯନ୍ତ୍ରଣା ଯୋଗୁ ଗୋପୀଙ୍କୁ ଏପ୍ରିଲ ୩୦ ତାରିଖରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡ଼ାକ୍ତରଙ୍କ କହିବାନୁଯାୟୀ, ଗତ ୧୦ ତାରିଖରେ ତାଙ୍କ ପେଟରେ ଲାପାରୋସ୍କୋପି ଅସ୍ତ୍ରୋପଚାର କରାଯାଇଥିଲା। ତେବେ ବୁଧବାର ରାତିରେ ହଠାତ୍ ସେ ଗୁରୁତର ହୋଇପଡ଼ିଥିଲେ। ପରିବାରବର୍ଗଙ୍କ କହିବାନୁଯାୟୀ, ଡ଼ାକ୍ତର ଓ ନର୍ସଙ୍କୁ ଡ଼ାକିଲେ ମଧ୍ୟ କେହି ଏଥିପ୍ରତି ଧ୍ୟାନ ଦେଇ ନ ଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ସମ୍ପର୍କୀୟ ଓ ପରିବାର ବର୍ଗ ଥାନାରେ ଅଭିଯୋଗ କରିଥିଲେ। ଏଭଳି ଘଟଣା ଘଟିଥିଲେ ମଧ୍ୟ ଘରୋଇ ମେଡିକାଲ କର୍ତ୍ତୃପକ୍ଷଙ୍କ ମଧ୍ୟ ଦେଖା ମିଳି ନ ଥିବାରୁ ପରିସ୍ଥିତି ଆହୁରି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ଖବର ପାଇ ଟାଉନ ଥାନା ପୋଲିସ ହସ୍ପିଟାଲରେ ପହଞ୍ଚତ୍ ରୋଗୀଙ୍କ ସମ୍ପର୍କୀୟଙ୍କୁ ବୁଝାଶୁଝା କରିଥିଲେ। ପରିବାର ଲୋକେ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ପୋଲିସକୁ ସୂଚନା ଦେଇଛନ୍ତି।
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...
ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…
ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
Archives


