ଆଇଆର୍‌ପିଏମ୍‌ ବିଭାଗର ଅନ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ: ଜୁମ୍‌ ଆପ୍‌ ଜରିଆରେ ଶିକ୍ଷାଦାନ

ବ୍ରହ୍ମପୁର ଅଫିସ,୧୦ା୪-କୋଭିଡ୍‌-୧୯ ମୁକାବିଲା ପାଇଁ ଜିଲାରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ପ୍ରଭାବରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି ା ଏହି ସମୟରେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ଶିକ୍ଷାଦାନ ନେଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଆଇଆର୍‌ପିଏମ୍‌ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ା ଲକ୍‌ଡାଉନ୍‌ ଯୋଗୁ ଚଳିତ ବର୍ଷର ପ୍ରାୟ ୫୦ ପ୍ରତିଶତ ପାଠ୍ୟକ୍ରମ ଶେଷ ହୋଇ ନାହିଁ ା ଘରେ ବସି ଅନ୍‌ଲାଇନ୍‌ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ନେଇ ବିଭାଗ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି ା ଗୁରୁବାର ବିଭାଗୀୟ ଅଧ୍ୟାପକ ଡ. ସତ୍ୟବ୍ରତ ପାତ୍ର ଜୁମ୍‌ ଆପ୍‌ ଜରିଆରେ ଦ୍ୱିତୀୟ ସେମିଷ୍ଟର ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ଶ୍ରମ ଆଇନ ପାଠ୍ୟକ୍ରମ ଉପରେ ଶିକ୍ଷାଦାନ କରିଛନ୍ତି ା ଲକ୍‌ଡାଉନ୍‌ ଉଠିବା ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ଆଇଆର୍‌ପିଏମ୍‌ ବିଭାଗ ସ୍ନାତକୋତ୍ତର ପ୍ରଥମ ଓ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ କ୍ଲାସ ମାଧ୍ୟମରେ ଶିକ୍ଷାଦାନ କରାଯିବ ା ଏହାଦ୍ୱାରା ଲକ୍‌ଡାଉନ୍‌ ପରବର୍ତ୍ତୀ ସମୟରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ର ଉପଯୁକ୍ତ ଭାବେ ନିଜକୁ ପ୍ରସ୍ତୁତ କରିପାରିବେ ବୋଲି ଅଧ୍ୟାପକ ଡ. ପାତ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri