Posted inଖେଳ

ଆଇଏଏଏଫ୍‌ ଉପସଭାପତି ପ୍ରାର୍ଥୀ ଏଏଫ୍‌ଆଇ ସଭାପତି ସୁମରିଓ୍ବାଲା

ନୂଆଦିଲ୍ଲୀ,୨୬।୭(ପିଟି)- ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ସଭାପତି ଆଦିଲେ ସୁମରିଓ୍ବାଲା ଏହି କ୍ରୀଡ଼ାର ବିଶ୍ୱ ପରିଚାଳନା ସଂସ୍ଥା ଆଇଏଏଏଫ୍‌ ଉପସଭାପତି ପଦ ପାଇଁ ନିର୍ବାଚନ ଲଢ଼ିବେ। ଆଇଏଏଏଫ୍‌ର ୫୨ତମ କଂଗ୍ରେସ ନିର୍ବାଚନ ବୈଠକ ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ ଦୋହାଠାରେ ଅନୁଷ୍ଠିତ ହେବ। ସୁମରିଓ୍ବାଲା ଇଣ୍ଟନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌) କାଉନ୍ସିଲର ଜଣେ ନିର୍ଭରଯୋଗ୍ୟ ସଦସ୍ୟ। ୪ ଉପସଭାପତି ପଦ ଲାଗି ୧୧ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଉପ ସଭାପତି ଆଇଏଏଏଫ୍‌ର ଶକ୍ତିଶାଳୀ କାର୍ଯ୍ୟକାରୀ ବୈଠକରେ ବସି ପାରିବେ। ଏମାନଙ୍କ ବ୍ୟତୀତ ବୈଠକରେ ସଭାପତି ଓ ୩ ପ୍ରୋଫେଶନାଲ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ରହିପାରିବେ। ସୁମରିଓ୍ବାଲା ଆଇଏଏଏଫ୍‌ ନିୟମ ଅନୁଯାୟୀ ବ୍ୟକ୍ତିଗତ କାଉନ୍ସିଲ ସଦସ୍ୟତା ପାଇଁ ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଯଦି ସୁମରିଓ୍ବାଲା ଉପ ସଭାପତି ପଦରେ ବିଜୟୀ ହୁଅନ୍ତି, ତେବେ ତାଙ୍କୁ କାର୍ଯ୍ୟକାରୀ ବୈଠକରେ ବସିବାକୁ ମିଳିବ। ହାରିଲେ ସେ ବ୍ୟକ୍ତିଗତ କାଉନ୍ସିଲ ସଦସ୍ୟତା ପାଇଁ ନିର୍ବାଚନ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri