ଆଇଏଏସ୍‌ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ତଦନୁଯାୟୀ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲ(ଏନ୍‌ଟିପିସି) ଏବଂ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ଦାୟିତ୍ୱରେ ରହିବେ। କୃଷି ଉତ୍ପାଦନ କମିଶନର(ଏପିସି) ପ୍ରଦୀପ୍ତ କୁମାର ମହାପାତ୍ର ବାଲେଶ୍ୱରସ୍ଥିତ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ପାଇଁ ସଂଯୋଜକ ଭାବେ କାର୍ଯ୍ୟ କରିବେ। ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମାଙ୍କୁ କେନ୍ଦୁଝର ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲର ଦାୟିତ୍ୱ ପ୍ରଦାନ କରାଯାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଡକ୍ଟର ମୋନା ଶର୍ମାଙ୍କୁ ଯାଜପୁର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଶ୍ରମ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କୁ ଅନୁଗୋଳ ମେଡିକାଲ କଲେଜ ଓ ହସ୍ପିଟାଲ(ଏମ୍‌ସିଏଲ୍‌) ଦାୟିତ୍ୱ ପ୍ରଦାନ କରାଯାଇଛି। ରାଜସ୍ବ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ କନ୍ଧମାଳ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବଲାଙ୍ଗୀରସ୍ଥିତ ସନ୍ଥ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଦାୟିତ୍ୱ ଦିଆଯାଇଛି। ସେହିଭଳି ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନାଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ, ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାରଙ୍କୁ ମୟୂରଭଞ୍ଜର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ବିଭାଗ କମିଶନର ତଥା ସଚିବ ହେମନ୍ତ ଶର୍ମାଙ୍କୁ କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ପୂର୍ତ୍ତ ବିଭାଗ ସଚିବ ତଥା କମିଶନର କ୍ରିଷ୍ଣନ କୁମାରଙ୍କୁ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଦର୍ଶନ ବୃଦ୍ଧି ନିମନ୍ତେ ସଂଯୋଜକ ଭାବେ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri