ଆଇଏଏସ୍‌ ଅଫିସର ବିଜୟଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର, ୧-୧(ବ୍ୟୁରୋ):ବିଲ୍‌ ପାସ୍‌ କରିବାକୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ମଙ୍ଗଳବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଉଭୟ ପକ୍ଷରୁ ଯୁକ୍ତି ଶୁଣିବା ପରେ ବିଚାରପତି ବିଜୟଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଆସନ୍ତା ୨ରୁ ୬ ତାରିଖ ପର୍ଯ୍ୟନ୍ତ ବିଜୟଙ୍କୁ ରିମାଣ୍ଡରେ ନେବାକୁ ଭିଜିଲାନ୍ସ ପକ୍ଷରୁ ଆବେଦନ କରାଯାଇଥିଲା। କୋର୍ଟ ମଙ୍ଗଳବାରଠାରୁ ୬ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ପ୍ରଦାନ କରିଛନ୍ତି। ତେଣୁ ଆସନ୍ତା ୫ ତାରିଖରେ ତାଙ୍କୁ ପୁନର୍ବାର କୋର୍ଟରେ ହାଜର କରାଯିବ। ତେବେ ବିଜୟଙ୍କୁ ରିମାଣ୍ଡରେ ନେଇଥିବା ଭିଜିଲାନ୍ସ ତାଙ୍କଠାରୁ ପରେ ଲାଞ୍ଚ କାରବାର ଓ ଅନ୍ୟ ଅଧିକାରୀଙ୍କ ସମ୍ପୃକ୍ତି ନେଇ ଅଧିକ ଖୋଳତାଡ଼ କରିବ। ଏଥିସହ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିବାକୁ ଆଶା ରଖିଛି ଭିଜିଲାନ୍ସ।
ଅନ୍ୟପକ୍ଷରେ ଭିଜିଲାନ୍ସ କୋର୍ଟରେ ହାଜର ହେବାକୁ ଯାଉଥିବାବେଳେ ବିଜୟ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି, ମୁଁ କୌଣସି ଲାଞ୍ଚ ଗ୍ରହଣ କରିନାହିଁ। ମୋ କାର୍ଯ୍ୟାଳୟର କେତେଜଣ କର୍ମଚାରୀ ଆକ୍ରୋଶ ରଖି ଯୋଜନାବଦ୍ଧ ଭାବେ ମୋତେ ଫସାଇ ଦେଇଛନ୍ତି। ଏହା ପଛରେ କେତେଜଣ ବରିଷ୍ଠ ଅଧିକାରୀଙ୍କ ହାତ ରହିଥିବା ସେ କହିଛନ୍ତି। ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିଲେ। ସୋମବାର ଏକ ବିଲ୍‌ ପାସ୍‌ କରିବା ନିମନ୍ତେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିବା ସହ ତାଙ୍କ ନିକଟରୁ ଉକ୍ତ ଟଙ୍କା ଜବତ କରିଥିଲା। ଏଥିସହ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ବିଜୟଙ୍କ ଅଫିସ ସମେତ ବାସଗୃହ ଓ ଅନ୍ୟକେତେକ ସ୍ଥାନରେ ଚଢାଉ କରିଥିଲା। ତେବେ ଧରାପଡିବା ପରେ ରାଜ୍ୟ ସରକାର ତାଙ୍କୁ ତୁରନ୍ତ ନିଲମ୍ବନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri