ଆଇଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏସଆରସି ଓ ଓସଡମା ଏମ୍‌ଡି ଦାୟିତ୍ୱ ଦିଆଯାଇଛି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ଡ. ମୋନା ଶର୍ମା ହେଲେ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ। ୧୯୯୦ ବ୍ୟାଚ ଆଇଏଏସ  ଅଫିସର ସଞ୍ଜୀବ ଚୋପ୍ରା ହେଲେ ଗୃହ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ସାଧାରଣ ପ୍ରଶାସନ ବିଭାଗ ଦାୟିତ୍ୱ ଦିଆଯାଇଛି। ସେହିପରି ୧୯୯୧ ବ୍ୟାଚ ଆଇଏଏସ୍‌ ଅଫିସର ଡ. ସୌରଭ ଗର୍ଗଙ୍କୁ ଅତିରିକ୍ତ ଭାବେ ସିଏମ୍‌ଡି, ଗ୍ରିଡ୍‌କୋ, ଓପିଟିସିଏଲ ଏବଂ ସିଇଓ ଓସିପିଏଲ ଦାୟିତ୍ୱ ମିଳିଛି। ଡ. ଗର୍ଗ ଏବେ କୃଷି ବିଭାଗର ପ୍ରମୁଖ ସଚିବ ଅଛନ୍ତି।୧୯୯୫ ବ୍ୟାଚ ଆଇଏଏସ୍‌ ଅଫିସର ହେମନ୍ତ ଶର୍ମା ହେଲେ ଶିଳ୍ପ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏମ୍‌ଏସ୍‌ଏମ୍‌ଇ ଓ ଇପିକଲର ସିଏମ୍‌ଡି ଦାୟିତ୍ୱ ଦିଆଯାଇଛି। ୧୯୯୫ ବ୍ୟାଚ ଆଇଏଏସ୍‌ ଅଫିସର ବିଷ୍ଣୁ ପଦ ସେଠୀ ହେଲେ ଶକ୍ତି ସଚିବ। ତାଙ୍କୁ ଅତିରିକ୍ତ ଭାବେ ଓଏଚ୍‌ପିସିର ସିଏମ୍‌ଡି ଦାୟିତ୍ୱ ମିଳିଛି। ୧୯୯୫ ବ୍ୟାଚ ଆଇଏଏସ୍‌ ଅଫିସରଚିତ୍ରା ଅରୁମୁଗମ ହେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ। ୧୯୯୮ବ୍ୟାଚ ଆଇଏଏସ୍‌ ଅଫିସର ବିଶାଳ ଗଗନ ନେଲେ ଜଳ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ। ସେ ଏବେ ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ ପଦରେ ଅଛନ୍ତି। ୨୦୦୭ ବ୍ୟାଚ ଆଇଏଏସ୍‌ ଅଫିସର ଅରବିନ୍ଦ ଅଗ୍ରୱାଲଙ୍କୁ ଅତିରିକ୍ତ ଭାବେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି। ସେ ଏବେ ସମାଜ କଲ୍ୟାଣ ନିର୍ଦ୍ଦେଶକ ସହିତ ମହିଳା ବିକାଶ ସମବାୟ ନିଗମ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?